Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ ଧର୍ମେନ୍ଦ୍ର ପ୍ରଧାନ

Odisha

ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ ଧର୍ମେନ୍ଦ୍ର ପ୍ରଧାନ

Manini Pattanayak
Browse all articles by Manini Pattanayak
·1 year ago·1 min read
ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର:  ମାନନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ ସାଂସଦ ସ୍ଥାନୀୟ କ୍ଷେତ୍ର ବିକାଶ ଯୋଜନା ତଥା ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି ।  ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ୱୟନ ମନ୍ତ୍ରଣାଳୟ ଅନ୍ତର୍ଗତ ଏମପିଲାଡ୍ ଡିଭିଜନ ପକ୍ଷରୁ ଏକ ପତ୍ର ଜରିଆରେ ଅବଗତ କରାଯାଇଛି । ସମ୍ବଲପୁର ଲୋକସଭା ସାଂସଦ ଭାବରେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରକୁ ନୋଡାଲ ଜିଲ୍ଲା ଭାବରେ ଚୟନ କରିଛନ୍ତି । ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଅନୁଗୋଳ ଏବଂ ଦେବଗଡ ଜିଲ୍ଲା ଆସୁଅଛି । ସମ୍ବଲପୁର ସମେତ ଅନୁଗୋଳ ଓ ଦେବଗଡରେ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହେବ ।

ଉଲ୍ଲେଖନୀୟ ଯେ, ଏମପିଲାଡ଼୍ କେନ୍ଦ୍ର ସରକାରଙ୍କର ଏକ ଯୋଜନା ଯାହାର ସଂପୂର୍ଣ୍ଣ ଅର୍ଥ ଭାରତ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥାଏ । ଏହି ଯୋଜନାର ଉଦ୍ଦେଶ୍ୟ ହେଲା, ସାଂସାଦମାନଙ୍କୁ ମୁଖ୍ୟତଃ ନିଜ ନିଜର ନିର୍ବାଚନ ମଣ୍ଡଳୀର ବିକାଶ କାର୍ଯ୍ୟକୁ ସୁପାରିଶ କରିବା ନିମନ୍ତେ ସକ୍ଷମ କରିବା । ଏହା ଅଧୀନରେ ପାନୀୟ ଜଳ, ପ୍ରାଥମିକ ଶିକ୍ଷା, ସାର୍ବଜନୀନ ସ୍ୱାସ୍ଥ୍ୟ, ସ୍ୱଚ୍ଛତା ଏବଂ ସଡ଼କ ଭିତ୍ତିଭୂମି ଇତ୍ୟାଦି କ୍ଷେତ୍ରରେ ତଥା ସାର୍ବଜନୀନ ଭିତ୍ତିଭୂମି ଉପରେ ବିଶେଷ ଭାବେ ଦୃଷ୍ଟି ଦିଆଯିବ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored
Dharmendra Pradhan selected Sambalpur as the nodal district for MPLAD program | Argus News