Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନାମାଙ୍କନ ପୂର୍ବରୁ ମା' ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ନାମାଙ୍କନ ପୂର୍ବରୁ ମା' ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ:  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିବା ପାଇଁ ଯାଉଛନ୍ତି । ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେଉଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳେ ସମଲେଶ୍ୱରୀ ମନ୍ଦିରରୁ ବାହାରି ଏକ ସାଂସ୍କୃତିକ ଶୋଭାଯାତ୍ରା ସହିତ ନେତୃମଣ୍ଡଳୀ ଓ ଜନସାଧାରଣ ଏବଂ କାର୍ଯ୍ୟକର୍ତ୍ତାଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ । ଶୋଭାଯାତ୍ରାଟି ରାମଜୀଗୁଡ଼ି, ବାଲିବନ୍ଧା, କୁଞ୍ଜେଲପଡା, ଝାଡୁଆପଡା, ନନ୍ଦପଡା, ଦଲେଇପଡା, ମୁନସିପାଲିଟି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବଲପୁର ଲୋକସଭାର ପ୍ରାର୍ଥୀତ୍ୱ ଭାବେ ସମ୍ବଲପୁରବାସୀ ସ୍ୱାଗତ କରିଛନ୍ତି ।

ପ୍ରାର୍ଥୀତ୍ୱ ଘୋଷଣା ହେବା ଠାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ସବୁ ବର୍ଗର ଲୋକମାନଙ୍କୁ ଭେଟି ସେମାନଙ୍କ ଆଶୀର୍ବାଦ କାମନା କରିଛନ୍ତି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱକୁ ସାକାର କରି ଅନେକ ଦକ୍ଷ, ଅନୁଭବୀ ବିଜେଡି ଏବଂ କଂଗ୍ରେସ ଦଳର ନେତା, ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଓ ଯୁବନେତାମାନେ ସାମିଲ ହୋଇଛନ୍ତି, ଯାହା କେନ୍ଦ୍ରମନ୍ତ୍ରୀଙ୍କ ପରିଶ୍ରମ ଓ ସାଂଗଠନିକ କାର୍ଯ୍ୟ ଏବଂ ଦକ୍ଷତାକୁ ପ୍ରତିପାଦିତ କରୁଛି । ତୃଣମୂଳ ସ୍ତରରେ ନିଜର ଦୃଢ଼ ଦଖଲ ଓ ରାଜନୈତିକ ଦକ୍ଷତା ପାଇଁ ଜଣାଶୁଣା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିନିଧିତ୍ୱ ତାଙ୍କ ପ୍ରତି ବଢୁଥିବା ଲୋକପ୍ରିୟତା, ମୋଦୀ ଗ୍ୟାରେଣ୍ଟି, ମାଟିର ସୁଯୋଗ୍ୟ ସନ୍ତାନ ତଥା ପ୍ରଭାବଶାଳୀ ବ୍ୟକ୍ତିତ୍ୱ ସମ୍ବଲପୁର ଲୋକସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀଙ୍କ ଆଧିପତ୍ୟକୁ ଅଧିକ ସୁଦୃଢ଼ କରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
Dharmendra Pradhan took the blessings of Mother Samaleswari before the nomination | Argus News