Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Union Education Minister / ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Ritu Das
Browse all articles by Ritu Das
·5 months ago·1 min read
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Puri Temple

Key Points

ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଧର୍ମେନ୍ଦ୍ର ପ୍ରଧାନ ଅରୁଣସ୍ତମ୍ଭକୁ ମୁଣ୍ଡିଆ ମାରି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ । ପ୍ରାୟ 15ରୁ 20 ମିନିଟ ଶ୍ରୀମନ୍ଦିରରେ ଅତିବାହିତ କରି ପ୍ରତ୍ୟାବର୍ତ୍ତନ କରିଥିଲେ । ପ୍ରତ୍ୟାବର୍ତ୍ତନ ସମୟରେ ବାଇଶିପାହାଚରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ସେବାୟତ ମାନେ ନୀଳଚକ୍ରରେ ଲାଗି ପତାକା ପ୍ରଦାନ କରିଥିଲେ ।



କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଶ୍ରୀମନ୍ଦିର ଗସ୍ତ ସମୟରେ ଜିଲ୍ଲା ପ୍ରଶାସନ ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନିକଙ୍କ ସମେତ ପୁରୀ SP ଉପସ୍ଥିତ ଥିଲେ । ଆଉ କିଛି ସମୟ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ବଗଲା ଧର୍ମଶାଳା ପରିସରରେ ଚାଲିଥିବା ଭାରତୀୟ ମଜଦୂର ସଂଘର 21ତମ ଜାତୀୟ ସମ୍ମିଳନୀରେ ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେବେ । ଅନୁଷ୍ଠିତ ତିନିଦିନିଆ ସମ୍ମିଳନୀରେ ଭାରତର ୨୮ଟି ରାଜ୍ୟ, ୪ଟି କେନ୍ଦ୍ର ଶାସିତ ଅଞ୍ଚଳ ,୪୨ ଟି ଶିଳ୍ପ ଫେଡେରେସନର ପ୍ରତିନିଧିତ୍ଵ କରୁଥିବା ସମଗ୍ର ଭାରତରୁ ୨୫୦୦ ପ୍ରତିନିଧି ଯୋଗ ଦେଇଛନ୍ତି ।...






Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Dharmendra Pradhan Visits Jagannath Temple in Puri | Odisha News | Argus News