Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଟ୍ବିଟ କରି ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

Odisha

ଟ୍ବିଟ କରି ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଟ୍ବିଟ କରି ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ଅର୍ଗସ ବ୍ୟୁରୋ : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ପାଇଁ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟୁଇଟ୍ କରି ଧର୍ମେନ୍ଦ୍ର କହିଛନ୍ତି ଆଜି ଜଣେ ଓଡ଼ିଆ ପୁଅ ହିଁ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ଆଦିବାସୀଙ୍କୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯିବା ସ୍ୱାଗତଯୋଗ୍ୟ । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଭାବରେ ମନୋନୀତ ହୋଇଥିବା କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି।

ଅଧିକ ପଢନ୍ତୁ : ରାଜ୍ୟପାଳଙ୍କୁ ଭେଟିଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ଆପଣ ମାନଙ୍କ ନେତୃତ୍ୱରେ ‘ବିକଶିତ ଓଡ଼ିଶା’ ଗଠନ ହେବା ସହ ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ । ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ବିଜେପି ପ୍ରତିଶ୍ରୁତିବଦ୍ଧ । ଏହି ନିଷ୍ପତି ପାଇଁ ମୁଁ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ, ବିଜେପିର ଶୀର୍ଷ ନେତୃତ୍ୱ ଏବଂ ରାଜ୍ୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଉଛି ବୋଲି କହିଛନ୍ତି ଧର୍ମେନ୍ଦ୍ର।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Dharmendra tweeted to congratulate the new Chief Minister | Argus News