Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ରେଙ୍ଗାଲି ବିସ୍ଥାପିତଙ୍କୁ କ୍ଷତିପୂରଣ ରାଶି  ପ୍ରଦାନ କରିବା ପାଇଁ  ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

Odisha

ରେଙ୍ଗାଲି ବିସ୍ଥାପିତଙ୍କୁ କ୍ଷତିପୂରଣ ରାଶି  ପ୍ରଦାନ କରିବା ପାଇଁ  ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

Manini Pattanayak
Browse all articles by Manini Pattanayak
·2 years ago·1 min read
ରେଙ୍ଗାଲି ବିସ୍ଥାପିତଙ୍କୁ କ୍ଷତିପୂରଣ ରାଶି  ପ୍ରଦାନ କରିବା ପାଇଁ  ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର: ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ସହ ୭ ଦଫା ଦାବିକୁ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରେଙ୍ଗାଳି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ପ୍ରଦାନ କରିବା ସହ ସେମାନଙ୍କର ୭ ଦଫା ଦାବିକୁ ପୂରଣ କରିବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ରେଙ୍ଗାଳି ଯୋଜନାରେ ୧୯୭୩ରେ ଅନୁଗୁଳର ପାଲଲହଡା, ତାଳଚେର ଏବଂ ଦେବଗଡ଼ର ମୋଟ ୨୬୩ଟି ଗ୍ରାମ ଜଳମଗ୍ନ ହେବା ସହ ପ୍ରାୟ ୧୩ ହଜାର କୁଟୁମ୍ବ ବାସହରା ହୋଇଥିଲେ ।

ପାଳଲହଡ଼ା ରେଙ୍ଗାଳି ବିସ୍ଥାପିତ କ୍ଷତିଗ୍ରସ୍ତ ପ୍ରଜା ସଙ୍ଘର ବାସଚ୍ୟୁତ ଜନସାଧାରଣଙ୍କ ଦୁରବସ୍ଥା ଆଜି ସୀମା ଟପିବାକୁ ବସିଲାଣି  । ସଂଘର ସଭ୍ୟମାନେ ୭ ଦଫା ଦାବି ନେଇ ରେଙ୍ଗାଳି ଜଳଭଣ୍ଡାର ସଂଲଗ୍ନ ପାଳଲହଡା ଦ୍ଵିତୀୟ ଚିଲିକାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଜଳ ସତ୍ୟାଗ୍ରହ କରୁଛନ୍ତି । ପ୍ରାୟ ୮୦ ପ୍ରତିଶତରୁ ଅଧିକ ବିସ୍ଥାପିତ ନ୍ୟାୟାଳୟର ଦ୍ବାରସ୍ଥ ହେବା ପାଇଁ ସମ୍ବଳ ନ ଥିବାରୁ ଆଜି ନିଜକୁ ଉପେକ୍ଷିତ ଓ ଅପମାନିତ ମଣୁଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Dharmendra's request to Chief Minister to provide compensation amount to Rengali displaced people | Argus News