Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀଜୀଉଙ୍କ ପହିଲିଭୋଗ ନୀତିନିର୍ଘଣ୍ଟ ଉପରେ ହେବ ଆଲୋଚନା

Smruti Parija
Browse all articles by Smruti Parija
·1 year ago·1 min read
ଶ୍ରୀଜୀଉଙ୍କ ପହିଲିଭୋଗ ନୀତିନିର୍ଘଣ୍ଟ ଉପରେ ହେବ ଆଲୋଚନା

ପୁରୀ: ଆସନ୍ତା 10 ତାରିଖରେ ଅନୁଷ୍ଠିତ ହେବ ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଛତିଶାନିଯୋଗ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ । ଆସନ୍ତା 16 ତାରିଖ ଠାରୁ ଆରମ୍ଭ ହେବାକୁଥିବା ଶ୍ରୀଜୀଉଙ୍କ ପହିଲିଭୋଗ ନୀତିନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା ହେବାସହ ଆସନ୍ତାବର୍ଷ ଜାନୁୟାରୀ 13 ତାରିଖରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁଥିବା ଦେବାଭିଷେକ ପୂର୍ଣ୍ଣିମା ନୀତିନିର୍ଘଣ୍ଟ ଉପରେ ମଧ୍ୟ ଆଲୋଚନା ହେବ । 

ଏହାସହ ଆସନ୍ତାବର୍ଷ ଜାନୁଆରୀ 14 ତାରିଖରେ ମକରସଂକ୍ରାନ୍ତି ନୀତିନିର୍ଘଣ୍ଟ ନେଇ ମଧ୍ୟ ବୈଠକରେ ଆଲୋଚନା ହେବ । ଏହାସହ ରତ୍ନଭଣ୍ଡାର ମରାମତି ନେଇ ସ୍ୱତନ୍ତ୍ର ନୀତିନିର୍ଘଣ୍ଟ ପ୍ରସ୍ତୁତ କରାଯିବା ସହ କେତେ ସମୟ ଏଏସଆଇ ରତ୍ନଭଣ୍ଡାର ମରାମତି କରିବ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ । ସେପଟେ  ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ କିଭଳି ବାଧା ନଉପୁଜିବ ସେନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଶ୍ରୀମନ୍ଦିର କମାଣ୍ଡରଙ୍କୁ ନେଇ ଟିମ୍ ପୂର୍ବ ଛତିଶାନିଯୋଗ ବୈଠକରେ ଟିମ୍ ଗଠନ କରାଯାଇଥିଲା ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Discussion will be held on the policy agenda of pahili bhoga-on-chhatisa-nojaga-baithaka | Argus News