ଗାଡକଣ ଡମ୍ପିଂ ୟାର୍ଡ ଉଚ୍ଛେଦକୁ ନେଇ ଜିଲ୍ଲା ବିଜେପି ସତ୍ୟାଗ୍ରହ ତୃତୀୟ ଦିନରେ

ଅର୍ଗସ ବ୍ୟୁରୋ : ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ସ୍ମାର୍ଟ ସିଟି ଭୁବନେଶ୍ୱରବାସୀଙ୍କ ଜୀବନ ଅତ୍ୟନ୍ତ ଦୟନୀୟ ହୋଇପଡିଛି । ରାଜଧାନୀର ମଧ୍ୟବର୍ତୀ ଅଂଚଳରେ ଥିବା ଗାଡକଣସ୍ଥିତ ‘ଅସ୍ଥାୟୀ ଡମ୍ପିଂ ୟାର୍ଡ’ ଆଜି ‘ସ୍ଥାୟୀ ଡମ୍ପିଂ ୟାର୍ଡ’ରେ ପରିଣତ ହୋଇ କୃତ୍ରିମ ପାହାଡର ଭ୍ରମ ସୃଷ୍ଟି କରିଛି । ଅଳିଆ ଆବର୍ଜନାପୂର୍ଣ୍ଣ ଏହି କୃତ୍ରିମ ପାହାଡରୁ ନିର୍ଗତ ଅସହ୍ୟ ର୍ଦୁଗନ୍ଧ କାରଣରୁ ଲୋକଙ୍କ ଜୀବନ ଅତିଷ୍ଠ ହୋଇପଡିଛି । ଏହାକୁ ସମ୍ପୂର୍ଣ ଉଚ୍ଛେଦ ପାଇଁ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ସୈନିକ ସ୍କୁଲ ସମ୍ମୁଖରେ ଆରମ୍ଭ ହୋଇଥିବା ସତ୍ୟାଗ୍ରହ ଆଜି ତୃତୀୟ ଦିନରେ ପହଁଚିଛି। ଏହି ସତ୍ୟାଗ୍ରହ କୁ ଭୁବନେଶ୍ୱର ବାସୀ ଙ୍କ ବିପୁଳ ସମର୍ଥନ ଦେଖିବାକୁ ମିଳୁଛି।ଅସୁସ୍ଥ ପରିବେଶ,ବାୟୁ ପ୍ରଦ୍ୟୁଷଣ ଓ ଅସହ୍ୟ ର୍ଦୁଗନ୍ଧ କାରଣରୁ ସ୍ଥାନୀୟ ଅଂଚଳବାସୀ ଘରର କବାଟ ବନ୍ଦ କରି ରହିବା ସହିତ ମୁହଁରେ ମାସ୍କ ପିନ୍ଧୁଛନ୍ତି । ଏପରିକି ଚର୍ମରୋଗ, ଶ୍ୱାସରୋଗ ଓ କ୍ୟାନସର ଭଳି ମାରାତ୍ମକ ରୋଗ ବ୍ୟାପିବାରେ ଲାଗିଛି । ରାଜ୍ୟ ସରକାରଙ୍କ ଏଭଳି ଅମାନୁଷିକ ପଦକ୍ଷେପ ନେବା କାରଣରୁ ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା ପକ୍ଷରୁ ‘ଡମ୍ପିଂ ୟାର୍ଡ’କୁ ନେଇ ସତ୍ୟାଗ୍ରହ ଆରମ୍ଭ କରିଛି । ଲୋକଙ୍କର ସାଧାରଣ ଜୀବନ ବିପଦଜନକ ପରିସ୍ଥିତି ରେ ଥିବାବେଳେ ଦାୟିତ୍ବ ରେ ଥିବା ବିଜୁଜନତା ଦଳର ବିଧାୟକ ଓ ମେୟର ମାନଙ୍କ ନିରବତା ସାଧାରଣ ଲୋକମାନଙ୍କ ଭିତରେ ଭୟ ଓ ନିରୁଉତ୍ସାହ ସୃଷ୍ଠି କରୁଛି। ତେଣୁ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ କୁ ଗୁରୁତ୍ଵ ଦେଇ ସରକାର ତୁରନ୍ତ ପଦକ୍ଷେପ ନିଅନ୍ତୁ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ବହୁ ବୟସ୍କବ୍ୟକ୍ତି ଓ ଛୋଟ ପିଲା ମାନେ ଏହାର ଶିକାର ହେଲେଣି। ବିଶେଷ କରି ଅଂଚଳରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ,ସୈନିକ ସ୍କୁଲ, ଉତ୍କଳ ବିଶ୍ୱବିଦ୍ୟାଳୟ, ଇଷ୍ଟକୋଷ୍ଟ ରେଲୱେ ଅଫିସ, ମେଡିକାଲ, ସରକାରୀ ଓ ଘରୋଇ କଲୋନୀ, ଅପୋଲ ହସ୍ପିଟାଲ ସମ୍ପୂର୍ଣ ପ୍ରଭାବିତ। ସ୍ଥାନୀୟ ଗାଁ ଗାଡ଼କଣ, ରଙ୍ଗମାଟିଆ, ଡମଣା, ମଞ୍ଚେଶ୍ୱର ସହିତ ଗଜପତି ନଗର, ସରକାରୀ କ୍ୱାଟର, କଲୋନୀ ଆଦି ବାସିନ୍ଦା ତ୍ରାହି ତ୍ରାହି କଲେଣି। ମନ୍ଦିର ମାଳିନୀ ରାଜଧାନୀ ସହରକୁ କନ୍ଧିଆ ସହର ଭାବରେ ପରିଣତ କରିଥିବା ବିଜୁ ଜନତା ଦଳ ର ନେତା ମାନଙ୍କୁ ଯେତେ ଧିକ୍କାର କଲେବି କମ୍ ହେବ ବୋଲି ତୃତୀୟ ଦିନର ସତ୍ୟାଗ୍ରହ ରେ ରାଜ୍ୟ ପ୍ରବକ୍ତା ଦିଲ୍ଲୀପ ମହାନ୍ତି କ୍ଷଭୋ ପ୍ରକାଶ କରି କହିଛନ୍ତି।
📱 Get Argus News App
✨ଭୁବନେଶ୍ଵରକୁ ଆବର୍ଜନା ଓ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି କରିବାରେ ବିଜୁ ଜନତା ଦଳ ୧ ନମ୍ବର। ବିଜୁ ଜନତା ଦଳର ବିଧାୟକ ମାନେ ଓ ମେୟର ନୈତିକତା ଦୃଷ୍ଟିରୁ ରାଜଧାନୀ ବାସୀଙ୍କୁ କ୍ଷମା ପ୍ରାର୍ଥନା କରିବା ସହ ସ୍ଥାନୀୟ ଅଞ୍ଚଳରେ ଏଥିପାଇଁ ରୋଗରେ ଆକ୍ରାନ୍ତ ଲୋକଙ୍କ ଚିକିତ୍ସା ଖର୍ଚ୍ଚ ବହନ କରନ୍ତୁ। ଏହି ଦୁର୍ଗନ୍ଧ ପରିବେଶ ପାଇଁ ଭୁବନେଶ୍ୱରବାସିନ୍ଦାଙ୍କ ଦୁଃଖ ଓ ଧର୍ଯ୍ୟର ସୀମାକୁ ରାଜ୍ୟ ସରକାର ପରୀକ୍ଷା ନକରି ଏହାର ସୁବ୍ୟବସ୍ଥା କରନ୍ତୁ । ନବୀନ ବାବୁ ଏହି ‘ଡମ୍ପିଂ ୟାର୍ଡ’ର ସ୍ଥାୟୀ ସମାଧାନ ନକଲେ ଭାରତୀୟ ଜନତା ପାର୍ଟି ଏହି ସତ୍ୟାଗ୍ରହକୁ ଜାରି ରଖିବ।ଏହି ସମସ୍ୟାର ସ୍ତାଇ ସମାଧାନ ନ କରାଗଲେ ଆଗାମୀ ଦିନରେ ଭାରତୀୟ ଜନତା ପାର୍ଟି ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଆଇନି ଅମାନ୍ୟ ଆନ୍ଦୋଳନ ,ଜେଲ୍ ଭର ଅନ୍ଦୋଳନାତ୍ମ କାର୍ଯ୍ୟପନ୍ଥା ଗ୍ରହଣ କରିବ। ଅଳିଆ ପାହାଡ଼ କରି ଦାୟିତ୍ବ ନନେଲେ ଭୁବନେଶ୍ୱର ବାସୀ ସେ ଦାୟିତ୍ବ ନେବାକୁ ପସ୍ତୁତ ତେଣୁ ମେୟର ମହୋଦୟ ଙ୍କୁ ବିନମ୍ବର ଅନୁରୋଧ ସେ ଦାୟିତ୍ବ ଛାଡ଼ିଦିଅନ୍ତୁ ବୋଲି ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ସଭାପତି ବାବୁ ସିଂ କହିଛନ୍ତି।
ବିଜୁ ଜନତା ଦଳ କେବଳ ରାଜନୀତି କରିବାରେ ବେସ୍ତ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବା ରେ ନୁହେଁ ,ଏହା ନୈତିକ ହିନ ରାଜନେତା ମାନଙ୍କ ଲକ୍ଷଣ। ସ୍ବଚ୍ଛତା ନାମରେ କୋଟି କୋଟି ଟଙ୍କା ଦୁର୍ନୀତି କରିବା ଓ ସାଧାରଣ ଲୋକଙ୍କ ଟଙ୍କା ଲୁଟି ଖାଇବା ବିଜୁ ଜନତା ଦଳର ଅଭ୍ୟାସ। ଏହି ଆନ୍ଦୋଳନ ଲୋକଙ୍କ ପାଇଁ ଚାଲିଛି ଓ ଆଗକୁ ମଧ୍ୟ ଏଭଳି ଚାଲିଥିବ ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ କହିଛନ୍ତି।
ଆଜିର ଏହି ତୃତୀୟ ଦିନର ସତ୍ୟାଗ୍ରହ ରେ ରାଜ୍ୟ ପ୍ରବକ୍ତା ରମାରଞ୍ଜନ ବଳିୟାରସିଂ, ଅନିଲ ବିଶ୍ଵାଳ, ସତ୍ୟବ୍ରତ ପଣ୍ଡା, ବରିଷ୍ଟ ବିଜେପି ନେତା ସଜନ୍ ଶର୍ମା, ସୁଜିତ୍ କୁମାର ଦାସ,ବିଜେପି ନେତା ସୁଶାନ୍ତ ସାବତ, ରାଜେନ୍ଦ୍ର ଦାସ,ନିରଞ୍ଜନ ରାଉତରାୟ, ବିଜୟ ରାଉତ, ଯତୀନ୍ଦ୍ର ମହାନ୍ତି, ଅଞ୍ଜନ ନାଥ,ଅଶୋକ ସେଠୀ, ଲିପା ଦାସ, ସଂଗ୍ରାମ ନାୟକ, ମନୋରଞ୍ଜନ ସ୍ବାଇଁ ,ଜ୍ୱତିରେଖା ନାୟକ,ସୁମିତ୍ରା ଆଚାର୍ଯ୍ୟ, ସୋୟମ୍ଭୁ ପଟ୍ଟନାୟକ ଓ ଜିଲ୍ଲା ସମସ୍ତ ବରିଷ୍ଟ ନେତୃତ ଉପସ୍ଥିତ ଥିଲେ।