Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ

Odisha

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ

ଅର୍ଗସ ବ୍ୟୁରୋ:  ଆଜି ପବିତ୍ର ଦୋଳପୂର୍ଣ୍ଣିମା।‌ ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶ୍ଵାସ ରହିଛି। କାରଣ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣିମା। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ।

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ ଟାରେ ଦ୍ୱାର ଫିଟା, ୪ଟାରେ ମଙ୍ଗଳ ଆଳତୀ ପରେ ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇଁ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢ଼ା ସାତଥର ପ୍ରଦିକ୍ଷଣ କରିବେ। ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନି ସହ ଫଗୁ, ଅବିର ଖେଳ ମଧ୍ୟରେ ଠାକୁରଙ୍କ ବିମାନ ଦୋଳବେଦୀକୁ ବିଜେ କରି ଦୋଳବେଦୀ ତଳେ ଓ ଉପରେ ସାତଘେରା ଲେଖାଏଁ ପ୍ରଦକ୍ଷଣ କରିବା ପରେ ଦୋଳରେ ବସି ଝୁଲିବେ। ଏହାପରେ ଦୋଳବେଦୀରେ ମହାପ୍ରଭୁଙ୍କର ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ। ତେବେ ଶୃଙ୍ଖଳିତ ନୀତିକାନ୍ତି ପାଇଁ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବେଶ଼ ଗୁରୁତ୍ୱ ଦିଆଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored