Videos
|
Odisha

ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଓଡିଶାର ନୂଆ ହାଇକୋର୍ଟର ବିଚାରପତି  

Manini Pattanayak
Browse all articles by Manini Pattanayak
·2 years ago
ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଓଡିଶାର ନୂଆ ହାଇକୋର୍ଟର ବିଚାରପତି  

କଟକ:  ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଓଡିଶା ହାଇକୋର୍ଟର ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ।  ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତ ଡିସେମ୍ବର 27 ତାରିଖରେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଷଡଙ୍ଗୀଙ୍କ ନା  ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଥିଲେ । ଏବେ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ସୂଚନା  ଦେଇଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ ।

1985 ରେ ଓକିଲାତି ଜୀବନ ଆରମ୍ଭ କରିଥିବା ଜଷ୍ଟିସ ଷଡଙ୍ଗୀ 2013 ମସିହାରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାର ରାୟ ଦେଇଥିବା ବେଳେ ପୂର୍ବରୁ କିଛି ମାସ ପାଇଁ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ମଧ୍ୟ ଦାୟିତ୍ୱ ତୁଳାଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Dr. Justice Bidyut Ranjan Sarangi will be the judge of the new High Court of Odisha | Argus News