Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାଲି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ଦ୍ରୌପଦୀ ମୁର୍ମୁ

Rashmita Mishra
Browse all articles by Rashmita Mishra
·1 year ago·1 min read
କାଲି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ଦ୍ରୌପଦୀ ମୁର୍ମୁ

ଅର୍ଗସ ବ୍ୟୁରୋ: ଆଜି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚିବେ । ୩.୦୦ ଟାରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା ୩୫ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ।


ଆଜି ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି ପ୍ରବାସୀ ଭାରତୀୟ ଦିବସ ୨୦୨୫। ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିଛନ୍ତି । ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ସହ ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହ। ଏଥିରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ଆଜି ଅପରାହ୍ମରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


Sponsored
draupadi-murmu-to-participate-in-overseas-indian-day-tomorrow | Argus News