ଲଘୁଚାପ ଜନିତ ବର୍ଷା ଯୋଗୁଁ ବିପଦ ସଙ୍କେତ ଟପିଲା ଜଳକା ନଦୀ
·1 year ago

ଅର୍ଗସ ବ୍ୟୁରୋ: ଲଘୁଚାପ ଜନିତ ବର୍ଷା ଯୋଗୁଁ ବିପଦ ସଙ୍କେତ ଟପିଲା ଜଳକା ନଦୀ। ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ମଥାନୀ ଠାରେ ନଦୀର ବିପଦ ସଙ୍କେତ 6.50 ମିଟର ରହିଥିବାବେଳେ ସକାଳ 7ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ 6.68 ମିଟରରେ ପ୍ରବାହିତ ହେଉଛି । ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତ ଦୁଇଦିନ ଧରି ବାଲେଶ୍ବର ସମେତ ଜଳକା ନଦୀର ଉପରମୁଣ୍ତ ପଡୋଶୀ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି ।
ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବୃଦ୍ଧି ପାଉଛି ନଦୀର ଜଳସ୍ତର। ନଦୀର ଜଳସ୍ତର ବୃଦ୍ଧି ପାଉଥିବା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହେଇଛି। ଏକ ହଜାରରୁ ଉର୍ଦ୍ଧ୍ବ ହେକ୍ଟର ଚାଷ ଜମିରେ ବନ୍ୟା ପାଣି ପଶିଥିବାବେଳେ 30ରୁ ଅଧିକ ଗାଁ ପାଣି ଘେରରେ ରହିଛନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: