Videos
|
Odisha

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

Ritu Das
Browse all articles by Ritu Das
·1 year ago·1 min read
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଏହି ସବୁ ଜିଲାରେ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ।

ବାତ୍ୟା ମୁକାବିଲାର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ

ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ପ୍ରଭାବିତ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପାଇଁ ସ୍କୁଲ ବନ୍ଦ ହେବ କି ନାହିଁ, ତାହା ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇ କହିଥିଲେ। ମନ୍ତ୍ରୀ କହିଥିଲେ, ଜିଲାପାଳମାନଙ୍କୁ ଏଥିପାଇଁ ଅଧିକାର ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବେ। ଯେଉଁଠି ଆବଶ୍ୟକ ପଡ଼ିବ, ଜିଲାପାଳ ସ୍କୁଲ ଛୁଟି ଘୋଷଣା କରିପାରିବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର ....
 

Due to the Cyclone | Argus News