Videos
|
Odisha

'ଆମର ଭାଷାଗତ ଐତିହ୍ୟକୁ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ ହେଉଛି'

Smruti Parija
Browse all articles by Smruti Parija
·1 year ago·2 min read
'ଆମର ଭାଷାଗତ ଐତିହ୍ୟକୁ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ ହେଉଛି'

Key Points

•    ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳା ଭାଷାକୁ ମିଳିଛି ଶାସ୍ତ୍ରୀୟ ଭାଷାର ମାନ୍ୟତା
•    ଆମ ଭାଷା ଗୁଡିକ ହେଉଛି 'ଭାରତୀୟତା'ର ପ୍ରାଣ
•    ଶାସ୍ତ୍ରୀୟ ଭାଷାକୁ ପ୍ରୋତ୍ସାହିତ  କରିବା ପାଇଁ ନିଆଯାଉଛି ଅନେକ ପଦକ୍ଷେପ
•    ସବୁ ଭାରତୀୟ ଭାଷା ବା ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରାଯାଉଛି 
 

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିକଟରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳା ଭାଷାରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ମଞ୍ଜୁର କରିଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ଏହି ସବୁ ଭାଷାର ଭାଷାବିତମାନଙ୍କୁ ଭେଟି ସାକ୍ଷାତ୍ ଆଲୋଚନା କରିଛନ୍ତି ।    

ଏହି ଭାରତୀୟ ଭାଷା ଗୁଡ଼ିକୁ ଶାସ୍ତ୍ରୀୟ ଭାଷା ତାଲିକାରେ ଅନ୍ତର୍ଭୁକ୍ତ କରିଥିବାରୁ ଭାଷାବିତମାନେ ଖୁସି ବ୍ୟକ୍ତ କରିବା ସହ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ସବୁ ଭାଷାକୁ ପ୍ରୋତ୍ସାହିତ ଓ ସୁସମୃଦ୍ଧ କରିବା ଦିଗରେ ସମସ୍ତେ ନିଜର ସମର୍ଥନ ଜଣାଇଛନ୍ତି । ଏ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆମ ଭାଷା ଗୁଡିକ ହେଉଛି 'ଭାରତୀୟତା'ର ପ୍ରାଣ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ସବୁ ଭାରତୀୟ ଭାଷା ବା ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରୁଛନ୍ତି । ଜାତୀୟ ଶିକ୍ଷା ନୀତିର କଳ୍ପନା ଅନୁସାରେ ଆମର ଭାଷାଗତ ଐତିହ୍ୟକୁ ସମ୍ମାନ ଜଣାଇବା ସହ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ କରୁଛନ୍ତି ।  ମାତୃଭାଷା ଶିକ୍ଷାକୁ ସୁଗମ କରିବା, ସମସ୍ତ ଭାରତୀୟ ଭାଷା ଉପରେ ସମାନ ଗୁରୁତ୍ୱ ଦେବା ସହିତ ବହୁଭାଷାଭିତ୍ତିକ ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।  

ଉଲ୍ଲେଖନୀୟ ଯେ, ଭାରତ ସରକାର ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମlଲlୟାଲମ୍‌ ଓ ଓଡ଼ିଆ ଭାଷାଗୁଡିକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇସାରିଛନ୍ତି । ଶାସ୍ତ୍ରୀୟ ଭାଷାକୁ ପ୍ରୋତ୍ସାହିତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ସଂସ୍କୃତ ଭାଷାର ପ୍ରଚାର ପାଇଁ ସଂସଦର ଏକ ଅଧିନିୟମ ମାଧ୍ୟମରେ ୨୦୨୦ରେ ତିନୋଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ପ୍ରାଚୀନ ତାମିଲ ଗ୍ରନ୍ଥଗୁଡିକର ଅନୁବାଦକୁ ସୁଗମ କରିବା ଅନୁସନ୍ଧାନକୁ ପ୍ରୋତ୍ସାହିତ କରିବା ଏବଂ ତାମିଲର ଭାଷା ଛାତ୍ରମାନଙ୍କ ପାଇଁ ପାଠ୍ୟକ୍ରମ ପ୍ରଦାନ କରିବାକୁ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ ସଂସ୍ଥାନ ପ୍ରତିଷ୍ଠା କରାଯାଇଥିଲା । ଶାସ୍ତ୍ରୀୟ ଭାଷାର ଅଧ୍ୟୟନ ଏବଂ ସଂରକ୍ଷଣକୁ ଆହୁରି ବଢ଼ାଇବା ପାଇଁ ମହୀଶୁରରେ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆନ୍ ଲାଙ୍ଗୁଏଜ୍ ଅଧିନରେ ଶାସ୍ତ୍ରୀୟ କନ୍ନଡ, ତେଲୁଗୁ, ମାଲାୟାଲମ୍ ଏବଂ ଓଡିଆରେ ଅଧ୍ୟୟନ ପାଇଁ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଏହି ପଦକ୍ଷେପଗୁଡିକ ସହିତ, ଶାସ୍ତ୍ରୀୟ ଭାଷା କ୍ଷେତ୍ରରେ ଉପଲବ୍ଧତାକୁ ମାନ୍ୟତା ଦେବା ସହ ପ୍ରୋତ୍ସାହିତ  କରିବା ପାଇଁ ଅନେକ ଜାତୀୟ ଏବଂ ଅର୍ନ୍ତଜାତୀୟ ପୁରସ୍କାର ମଧ୍ୟ ଆରମ୍ଭ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

education-minister-dharmendra-pradhan-Interacted with scholars of the five newly-classified classical languages | Argus News