Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Dharmendra Pradhan / ୨୦୩୬ ସୁଦ୍ଧା ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ

Sushanta Sahoo
Browse all articles by Sushanta Sahoo
·6 months ago·2 min read
୨୦୩୬ ସୁଦ୍ଧା ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ
Odisha Education to See Major Transformation by 2036

Key Points

  • ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ଶିକ୍ଷା ଯୋଜନାଗୁଡ଼ିକର ଅଗ୍ରଗତି ନେଇ ସମୀକ୍ଷା
  • ସ୍କୁଲରେ ଡ୍ରପ୍ ଆଉଟ୍ ହାର ହ୍ରାସ କରିବା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ସୁନିଶ୍ଚିତ କରାଯିବ
ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ସରକାର । ଓଡ଼ିଶାରେ ଶିକ୍ଷା କ୍ଷେତ୍ରର ବିକାଶ ଏବଂ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ନେଇ ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶାର ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ କେନ୍ଦ୍ର ଓ ରାଜ୍ୟ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଓଡ଼ିଶାର ଶିକ୍ଷାଗତ ପ୍ରାଥମିକତା ଉପରେ ବିସ୍ତୃତ ଆଲୋଚନା ହୋଇଛି । ବୈଠକରେ ରାଜ୍ୟରେ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଏବଂ ନ୍ୟାସନାଲ କରିକୁଲମ ଫ୍ରେମୱାର୍କ ଫର୍ ସ୍କୁଲ ଏଜୁକେସନ(ଏନସିଏଫ-ଏସଇ) ଆଧାରରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରାଯାଇଛି ।

ଏଥିସହ ପଢ଼ନ୍ତୁ: ୧୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି, ପ୍ରବଳ ଥଣ୍ଡାକୁ ଦେଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କେନ୍ଦ୍ରୀୟ ଶିକ୍ଷା ଯୋଜନାଗୁଡ଼ିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ସେହିପରି ସ୍କୁଲରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡ୍ରପ୍ ଆଉଟ୍ ହାର ହ୍ରାସ କରିବା ଏବଂ ସମସ୍ତଙ୍କ ପାଇଁ ଗୁଣାତ୍ମକ ତଥା ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ସୁନିଶ୍ଚିତ କରିବା ପାଇଁ ରଣନୀତି ପ୍ରସ୍ତୁତ କରାଯାଇଛି ।


୨୦୩୬ ସୁଦ୍ଧା ଏକ ଭବିଷ୍ୟତ-ପ୍ରସ୍ତୁତ ଏବଂ 'ସମୃଦ୍ଧ ଓଡ଼ିଶା' ଗଠନ ପାଇଁ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖାଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, "ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦfଙ୍କ ନେତୃତ୍ୱରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହଯୋଗରେ ଡବଲ ଇଞ୍ଜିନ ସରକାର ଓଡ଼ିଶାର ଶିକ୍ଷା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ।"

ଏଥିସହ ପଢ଼ନ୍ତୁ: 'ଜାଣତରେ କିଛି ଭୁଲ୍ କରିନି'; ସତ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଲଢ଼ିବେ କହିଲେ ପୀୟୂଷ

ଓଡ଼ିଶାର ଶିକ୍ଷାଗତ ଆବଶ୍ୟକତା ପୂରଣ କରିବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାର ଛାତ୍ରଛାତ୍ରୀମାନଙ୍କୁ ଅଧିକ ଦକ୍ଷ ଓ ପ୍ରତିଯୋଗୀତାମୂଳକ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ଏହି ଅବସରରେ ମତ ପ୍ରକାଶ ପାଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Education Revolution in Odisha by 2036: Dharmendra Pradhan | Argus News | Argus News