|
logo
Live

Argus News - ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା

Odisha

ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା

Ritu Das
Browse all articles by Ritu Das
·1 year ago·1 min read
ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ  ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା

ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । 

କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ । ସେହିପରି ୨୨ ତରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା | Argus News