ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଅର୍ଗସ ବ୍ୟୁରୋ: ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ । ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।
ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ । ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ ।
ଓଡ଼ିଶା ସମେତ ଭାରତରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀଙ୍କ ଉଜ୍ବଳ ଭବିଷ୍ୟତ ଗଠନ କରିବା ଦିଗରେ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।
📱 Get Argus News App
✨ଦେଶରେ 19ଟି ରାଜ୍ୟରେ 86ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ । ଏଥିରେ ଓଡିଶାର 8ଟି କେନ୍ଦ୍ରୀୟ ବିଦ୍ୟାଳୟ ସାମିଲ ଅଛି । ବଲାଙ୍ଗୀର ଜିଲ୍ଲାର ଟିଟଲାଗଡ, ଓ ପାଟଣାଗଡ, ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ଓ ତାଳଚେର,ଆଇଟିବିପି ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଜୟପୁର ଓ ଢେଙ୍କାନାଳର ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯିବ ।