Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ହେବ

Ritu Das
Browse all articles by Ritu Das
·1 year ago·1 min read
୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ହେବ

Key Points

ଜୁନ୍ ୨୩ରେ ୪୩ ସରପଞ୍ଚ, ୨୭୨ ୱାର୍ଡ ସଭ୍ୟ ଉପନିର୍ବାଚନ ।

ଜୁନ୍ ୨୩ରେ ୪୩ ସରପଞ୍ଚ, ୨୭୨ ୱାର୍ଡ ସଭ୍ୟ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ନୋଟିସ ଜାରି କରାଯିବ । ଆସନ୍ତା ୨୬, ୨୮, ୨୯, ୩୦ ଓ ୩୧ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରି ହେବ। ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥୀପତ୍ର ଦାଖଲ କରିବେ । ଜୁନ୍ ୨ରେ ନାମାଙ୍କନ ପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ।


ଆସନ୍ତା ୪ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ତା’ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ପଞ୍ଚାୟତ ଅଫିସରେ । ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ। ୨୪ ତାରିଖ ସକାଳ ୮ଟାରୁ ବ୍ଳକ ଅଫିସରେ ଭୋଟ ଗଣତି ହେବ । ଏନେଇ ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
elections-will-be-held-for-43-panchayats | Argus News