Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ

Odisha

ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ

Smruti Parija
Browse all articles by Smruti Parija
·2 years ago·1 min read
ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ

ସୁବର୍ଣ୍ଣପୁର: ମାହୁନ୍ତକୁ କଚାଡି ହାତୀ ଫେରାର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ଫେରାର ମାରିଥିବା ସୂଚନା ରହିଛି । ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣାପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ସୂଚନା ମିଳିଛି । 

ଆଜି ଧନୁଯାତ୍ରାର ଚତୁର୍ଥ ରଜନୀ । କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଳାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ । ଏବେ ସମସ୍ତେ ହାତୀଟିକୁ ଖୋଜିବାରେ ଲାଗିଥିବାବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
elephant-fled-away-in-subarnapur-dhanu-jatra | Argus News