Videos
|
Odisha

ନିର୍ବାଚନ ପୂର୍ବରୁ ମନେପଡିଲା ଗଣଶିକ୍ଷକଙ୍କ କଥା, ବଢାଇଲେ ଦରମା

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ନିର୍ବାଚନ ପୂର୍ବରୁ ମନେପଡିଲା ଗଣଶିକ୍ଷକଙ୍କ କଥା, ବଢାଇଲେ ଦରମା

ଅର୍ଗସ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ  କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । ସୂଚନାଯୋଗ୍ୟ ଯେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର 1472 ଗଣଶିକ୍ଷକ ଉପକୃତ ହେଲେ ।

ଅଧିକ ପଢନ୍ତୁ : ୭ମ ବେତନ ଲାଗୁ ନକଲେ ପରୀକ୍ଷାରେ ସାହାଯ୍ୟ କରିବେ ନାହିଁ କହିଲେ ଶିକ୍ଷକ

ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ  ଉପକୃତ ହେଲେ ।ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)  ଉପକୃତ ହେବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ex cadre teacher's salary will be increased | Argus News