ବାଦ ପଡ଼ିଥିବା ହିତାଧିକାରୀମାନେ ପୁଣି ଥରେ ସାମିଲ ହେବେ
·10 months ago·1 min read

Key Points
ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ
ବାଦ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା
ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ
ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ। ବାଦ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା। ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ। ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ। ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମାଗ ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା।
ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା। ତିନି ବିଭାଗ ରିପୋର୍ଟ ଆଧାରରେ ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ। ବାଦ ପଡ଼ିଥିବା ହିତାଧିକାରୀଙ୍କ ଯୋଡିବା ନେଇ ହୋଇପାରେ ନିଷ୍ପତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: