Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଓଡିଶାରେ ଏଥର ବିଜେଡି ଯିବ, ବିଜେପି ଆସିବ : ପ୍ରଧାନମନ୍ତ୍ରୀ

Odisha

ଓଡିଶାରେ ଏଥର ବିଜେଡି ଯିବ, ବିଜେପି ଆସିବ : ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·2 min read
ଓଡିଶାରେ ଏଥର ବିଜେଡି ଯିବ, ବିଜେପି ଆସିବ : ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଓଡିଶାରେ ଏଥର ବିଜେଡି ଯିବ, ବିଜେପି ଆସିବ । ଓଡିଶାରେ ପ୍ରଥମ କରି ଗଢାହେବ ଡବଲ ଇଞ୍ଜିନ ସରକାର । ବ୍ରହ୍ମପୁର ପରେ ନବରଙ୍ଗପୁରରେ ମଧ୍ୟ ବିଜେପି ସରକାର ଗଢିବା ନେଇ ଦୃଢୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥିସହିତ ଓଡିଶାକୁ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ମିଳିବ । ଓଡିଶାର ପୁଅ କିମ୍ବା ଓଡିଶାର ଝିଅ ମୁଖ୍ୟମନ୍ତ୍ରୀ ହେବ, କେହି ବାହାର ଲୋକ ହେବନି । ଯିଏ ଓଡିଶାର ମାଟିକୁ ମଥାରେ ଲଗେଇ ବୁଲିବ, ତାକୁ ବିଜେପି ନିଜର ପ୍ରଥମ ମୁଖ୍ୟମନ୍ତ୍ରୀ ବନେଇବ ବୋଲି ମୋଦି କହିଛନ୍ତି ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି । ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ । ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି । ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତେବେ ଏହି ବିଶାଳ ଜନସଭାରେ ମୋଦିଙ୍କ ପ୍ରତିଛବି ଧରିଥିବା କୁନି କୁନି ପିଲାମାନଙ୍କ ଚିତ୍ର ସଂଗ୍ରହ କରିବାକୁ ଏସପିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ ପ୍ରଧାନମନ୍ତ୍ରୀ । କୁନି କୁନି ଛୁଆଙ୍କର ଏହି ଭଲପାଇବା ମତେ ଅଭିଭୂତ କରିଛି । ମୁଁ ଓଡ଼ିଆରେ ପୂର୍ବରୁ ଚିଠି ଲେଖିଛି । ଆଗକୁ ବି ଲେଖିବି । ଆପଣଙ୍କ ମୁଖ୍ୟମନ୍ତ୍ରୀ ଭଳି ମୁଁ ନୁହେଁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଖାଲି ସେତିକି ନୁହେଁ, ଯିଏ ଏଠାକାର ସମସ୍ୟା ଜାଣିଛି, ସମାଧାନ ଜାଣିଛି । ଯିଏ ଲୋକଙ୍କ ସହ ଜଡିତ ଅଛି, ବିଜେପି ସେମିତି ଜଣେ ଲୋକକୁ ମୁଖ୍ୟମନ୍ତ୍ରୀ କରିବ । ଏ ହେଉଛି ମୋଦିର ଗ୍ୟାରେଣ୍ଟି ବୋଲି ନବରଙ୍ଗପୁର ଜନସଭାରେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
 

Sponsored
Expiry date of BJD govt is June 4, says PM Modi | Argus News