ଧର୍ମଘଟରୁ ଓହରିଲା ବସ୍ ମାଲିକ ସଙ୍ଘ
·2 years ago·1 min read

ଭୁବନେଶ୍ୱର: ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ । ଆଜି ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଏକ ବୈଠକ ବସିଥିଲା। ଯେଉଁଥିରେ ଘରୋଇ ବସ୍ ମାଲିକ ସଂଘର ଦାବୀକୁ ନେଇ ଆଲୋଚନା ହୋଇଥିଲା । ଲଖ୍ମୀ ବସ୍ ଗୁଡିକ ବ୍ଲକରୁ ଜିଲ୍ଲାକୁ ଚଲା ନଯିବା ଦାବୀକୁ ସରକାର ମାନି ନେଇଥିବା ବେଳେ ପ୍ରାଥମିକ ଭାବରେ ଗଜପତି, ଭବାନୀପାଟଣା,ରାୟଗଡା,ରେ ଚାଲୁଥିବା ଲଖ୍ମୀ ବସ୍ ଗୁଡିକ ପଞ୍ଚାୟତରୁ ବ୍ଲକକୁ ଚାଲୁଛି। ଆଗକୁ ନବରଙ୍ଗପୁର ଏବଂ କୋରାପୁଟ୍ ରେ ମଧ୍ୟ ଲଖ୍ମୀ ବସ୍ ପଞ୍ଚାୟତରୁ ବ୍ଲକକୁ ଚାଲିବା ନେଇ ନିଷ୍ପତ୍ତି ହୋଇଛି ।
ଏହା ବାଦ୍ ଘରୋଇ ବସ୍ ମାଲିକ ସଂଘ ଏବଂ ସରକାରଙ୍କର କିଛି ବିଭାଗୀୟ ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି । ଯେଉଁ କମିଟି ମୋ ବସର ରିଭ୍ୟୁ କରି ଆସନ୍ତା ୭ ଦିନ ମଧ୍ୟରେ ଏକ ବୈଠକ ବସି ମୋ ବସ୍ ଚଳାଚଳ ରୁଟ୍ କୁ ନେଇ ନିଷ୍ପତ୍ତି ନିଆଯିବ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲା ଘରୋଇ ବସ୍ ମାଲିକ ସଂଘ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: