|
logo
Live
Argus News App
GET APP

Argus News - ପୁରୀରେ ଉତ୍ସବର ମାହୋଲ, ଯଶୋଦା ମା' ରାନ୍ଧୁଛନ୍ତି କୃଷ୍ଣଙ୍କ ପାଇଁ ସୁସ୍ୱାଦୁ ବ୍ୟଞ୍ଜନ !

Odisha

Byanjan Dibas / ପୁରୀରେ ଉତ୍ସବର ମାହୋଲ, ଯଶୋଦା ମା' ରାନ୍ଧୁଛନ୍ତି କୃଷ୍ଣଙ୍କ ପାଇଁ ସୁସ୍ୱାଦୁ ବ୍ୟଞ୍ଜନ !

Satyendu Sekhar Mishra
Browse all articles by Satyendu Sekhar Mishra
·4 months ago·2 min read
ପୁରୀରେ ଉତ୍ସବର ମାହୋଲ, ଯଶୋଦା ମା' ରାନ୍ଧୁଛନ୍ତି କୃଷ୍ଣଙ୍କ ପାଇଁ ସୁସ୍ୱାଦୁ ବ୍ୟଞ୍ଜନ !
Byanjan Dibas

Key Points

ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତେ ପ୍ରସାଦ ସେବନ କରିଥାନ୍ତି।
ପ୍ରତି ବର୍ଷ ପ୍ରାୟ ୫୦୦ ରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ ଏହି ମଠରେ ପ୍ରସ୍ତୁତ ହୋଇଥାଏ।

ଆଜି ପବିତ୍ର ବ୍ୟଞ୍ଜନ ଦ୍ବାଦଶୀ । ଦୀର୍ଘବର୍ଷ ଧରି ପୁରୀର ଗୌରବିହାର ବା ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଉଛି । ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି। ବିଶେଷକରି ଗୌଡ଼ୀୟ ବୈଷ୍ଣବଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନରେ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଥାଏ।

ଦ୍ୱାପର ଯୁଗରେ ମା ଯଶୋଦା ସ୍ନେହ, ଶ୍ରଦ୍ଧାର ସହ ଏହି ଦିନରେ ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ। ଏହି ପରମ୍ପରାକୁ ବୈଷ୍ଣବ ଗୌଡ଼ୀୟ ମାନେ ବଞ୍ଚାଇ ରଖିଥିବା ବେଳେ ଏହି ପର୍ବର ଯଥେଷ୍ଟ ପୂର୍ବରୁ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ପାଇଁ ଆରମ୍ଭ ହୁଏ ପ୍ରକ୍ରିୟା। ଗଞ୍ଜାମ, ଗଜପତି, ପୁରୀ ତଥା ପଶ୍ଚିମବଙ୍ଗର ବହୁ ଶ୍ରଦ୍ଧାଳୁ ରାଧାଙ୍କୁ ସ୍ମରଣ କରି ବହୁ ଶ୍ରମ କରି ବହୁବିଧି ବ୍ୟଞ୍ଜନ ପ୍ରସ୍ତୁତ କରିବା ସହ ଶ୍ରକୃଷ୍ଣଙ୍କ ଉଦ୍ଧେଶ୍ୟରେ ସମର୍ପଣ କରିଥାନ୍ତି। ଏହା ପରେ ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତେ ପ୍ରସାଦ ସେବନ କରିଥାନ୍ତି। ପ୍ରତି ବର୍ଷ ପ୍ରାୟ ୫୦୦ ରୁ ଉର୍ଦ୍ଧ୍ବ ପ୍ରକାରର ବ୍ୟଞ୍ଜନ ଏହି ମଠରେ ପ୍ରସ୍ତୁତ ହୋଇଥାଏ। ଚଳିତ ବର୍ଷ ୮୭୫ ପ୍ରକାର ବ୍ୟଞ୍ଜନ ବ୍ୟବସ୍ଥା କରାଯାଇଛି ।

କୃଷ୍ଣ ଓ ଯଶୋଦାଙ୍କର ସେହି କଥା ମନେ ପକାଇବାକୁ ପୁରୀର ମାତା ମଠ ବା ଗୌର ବିହାର ଆଶ୍ରମରେ ଭିନ୍ନ ଭିନ୍ନ ବର୍ଷରେ କେବେ ୫୦୫, କେବେ ୬୦୬ ଆଉ କେବେ ୫୫୫ ପ୍ରକାର ବ୍ୟଞ୍ଜନାଦି ଖାଦ୍ୟ ଭୋଗ କରିଥାନ୍ତି । ପ୍ରତି ବର୍ଷ ଏହି ଭୋଗ ସଂଖ୍ୟା ବଦଳିଥାଏ । କୃଷ୍ଣଙ୍କୁ ଏସବୁ ଖାଦ୍ୟ ଅର୍ପଣ କରାଯାଏ । ଗତ କିଛିବର୍ଷ ଧରି ଆଶ୍ରମରେ ଏହି ଅବସରରେ ଶହ ଶହ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରାଯାଉଛି । ଏହି ଆଶ୍ରମରେ ପ୍ରତିବର୍ଷ ୩୦ରୁ ଅଧିକ ଅନ୍ତେବାସୀ ଅନ୍ନବ୍ୟଞ୍ଜନ ପ୍ରସ୍ତୁତ କରି ଶ୍ରୀକୃଷ୍ଣଙ୍କୁ ଭୋଗ ଲଗାଇଥାନ୍ତି । ଏହା ମଧ୍ୟରେ ଥାଏ ୫୦ରୁ ଅଧିକ ପ୍ରକାରର ଅନ୍ନ, ୫୦ରୁ ଅଧିକ ପ୍ରକାରର ଡାଲି, ୧୦୦ରୁ ଅଧିକ ପ୍ରକାର ତରକାରୀ, ୫୦ରୁ ଅଧିକ ପ୍ରକାର ଭଜା ଓ ୧୦୦ରୁ ଅଧିକ ପ୍ରକାର ପିଠା ଓ ମିଠା ଇତ୍ୟାଦି ।

ଆଶ୍ରମବାସୀ ପରିବାପତ୍ର କଟାକଟି କରିବା ସହିତ ଆନୁଷଙ୍ଗିକ ପ୍ରସ୍ତୁତି ପରେ ଅପରାହ୍ଣ ୨ଟାରୁ ଭୋଗ ପ୍ରସ୍ତୁତି ଆରମ୍ଭ କରାଯାଇଥାଏ । ପରେ ପ୍ରସାଦକୁ ଭକ୍ତମାନଙ୍କ ମଧ୍ୟରେ ବଣ୍ଟନ କରଯାଏ । ଏତେ ପ୍ରକାର ବ୍ୟଞ୍ଜନ ପରଷିବା ପାଇଁ ସ୍ୱତନ୍ତ୍ର ଭାବେ ନିର୍ମିତ ଖଲିପତ୍ର ବ୍ୟବହାର କରାଯାଇଥାଏ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Byanjan Dibas : ପୁରୀରେ ଉତ୍ସବର ମାହୋଲ, ଯଶୋଦା ମା' ରାନ୍ଧୁଛନ୍ତି କୃଷ୍ଣଙ୍କ ପାଇଁ ସୁସ୍ୱାଦୁ ବ୍ୟଞ୍ଜନ ! | Argus News