Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଖାତାକୁ ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

Odisha

ଖାତାକୁ ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଖାତାକୁ ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର:  ସଶକ୍ତ ହେବେ ମହିଳା । ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ । ଏଥିରେ ଏକ ଲକ୍ଷ ୭୦ହଜାର ମହିଳା ଉପକୃତ ହେବେ । ମାର୍ଚ୍ଚ ୮ତାରିଖ ଆନ୍ତର୍ଜାତିକ ମହିଳା ଦିବସରେ ଦ୍ବିତୀୟ କିସ୍ତି ଦିଆଯିବ । ଏହା ଦ୍ୱାରା ସଶକ୍ତ ହେବେ ମହିଳା । ସୁଭଦ୍ରା ଯୋଜନାରେ ଏକକୋଟିରୁ ଅଧିକ ହିତାଧିକାରୀ ଉପକୃତ ହେବେ । ସେମାନଙ୍କ ଖାତାକୁ ଯିବ ୫ହଜାର ଟଙ୍କା । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।


ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା କରିଛନ୍ତି। ସମସ୍ତ ମହିଳା ଏହାର ଲାଭ ଉଠାଇ ପାରିବେ। ଏଥିସହିତ ଯେଉଁ ହିତାଧିକାରୀମାନଙ୍କର ଛୋଟମୋଟ ସମସ୍ୟା ରହିଛି ସେମାନେ ତୁରନ୍ତ ବ୍ୟାଙ୍କ ଯାଇ ସମାଧାନ କରନ୍ତୁ। ୪ର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଫେବୃଆରୀରେ ଯଦି କେହି ବଞ୍ଚିତ ହୁଅନ୍ତି ତେବେ ଯାଞ୍ଚ କରିବା ପାଇଁ ମାସେ ସମୟ ଧାର୍ଯ୍ୟ କରାଯାଇଛି। ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚ କରି ତଥ୍ୟ ଦାଖଲ କଲେ ଉକ୍ତ ମହିଳମାନେ ମଧ୍ୟ ସୁଭଦ୍ରା ଟଙ୍କା ପାଇପାରିବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Fifth phase of first installment under Subhadra Yojana on March 6 | Argus News