Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସର୍ବଶେଷରେ ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ

Ritu Das
Browse all articles by Ritu Das
·1 year ago·2 min read
ସର୍ବଶେଷରେ ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ

Key Points

ବଡ଼ଠାକୁର ବଳଭଦ୍ର ଏବଂ ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ସରିଛି

ଏବେ ଆରମ୍ଭ ହୋଇଛି ମହାବାହୁଙ୍କ ପହଣ୍ଡି

ଧାଡ଼ିପହଣ୍ଡିରେ ଆସୁଛନ୍ତି ମହାପ୍ରଭୁ

ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ ହୋଇଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଏବଂ ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ସରିଛି। ଏବେ ଆରମ୍ଭ ହୋଇଛି ମହାବାହୁଙ୍କ ପହଣ୍ଡି। ଧାଡ଼ିପହଣ୍ଡିରେ ଆସୁଛନ୍ତି ମହାପ୍ରଭୁ।


ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଛି। ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

Sponsored
finally-the-last-kalia-santa-is-coming | Argus News