Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସନ୍ଧ୍ୟାରେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ

Swoyang prajna Mishra
Browse all articles by Swoyang prajna Mishra
·10 months ago·1 min read
ସନ୍ଧ୍ୟାରେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ

Key Points

ସନ୍ଧ୍ୟାରେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ
ତଳିଆ ଅଞ୍ଚଳରେ ପଶିବ ପାଣି, ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ`
ଆଜି ସନ୍ଧ୍ୟା ୬ଟାରେ ୫.୫୦ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ମୁଣ୍ଡଳୀକୁ ଆସିବ
ଉପରମୁଣ୍ଡରେ ବର୍ଷା ହେବା ଯୋଗୁଁ ମହାନଦୀରେ ଅଧିକ ଜଳ ପଶିଛି

ଆଜି ସନ୍ଧ୍ୟାରେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ । ତଳିଆ ଅଞ୍ଚଳରେ ପଶିବ ପାଣି, ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ` । ମହାନଦୀରେ ଆସୁଛି ଛୋଟ ବନ୍ୟା' । ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା । ସେପଟେ ଜଳକା, ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗରେ କମିଛି ପାଣି । ମହାନଦୀରେ ବିଗତ ଦିନରେ ଉପରମୁଣ୍ଡରେ ବର୍ଷା ହେବା ଯୋଗୁଁ ଅଧିକ ଜଳ ପଶିଛି । ବତ୍ତମାନ ୧୨ ଟି ଗେଟରେ ଜଳ ନିଷ୍କାସନ ଜାରି ରହିଛି । ପୂର୍ବରୁ ୧୬ ଟି ଗେଟ ଖୋଲାଥିଲା । ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନିଆଯାଇଛି ପଦକ୍ଷେପ ।


ଆଜି ସନ୍ଧ୍ୟା ୬ଟାରେ ୫.୫୦ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ମୁଣ୍ଡଳୀକୁ ଆସିବ । ଫଳରେ ମହାନଦୀରେ ଛୋଟ ଧରଣର ବନ୍ୟା ଆସିବ । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ରେଙ୍ଗାଲିର ଦୁଇଟି ଗେଟ୍ ଦେଇ ବ୍ରାହ୍ମଣୀ ଜଳ ନିଷ୍କାସନ ହେଉଛି । ଜଳକା, ବୈତରଣୀ, ବୁଢାବଳଙ୍ଗ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀରେ ଜଳସ୍ତର କମିଛି । ମାତ୍ର ଲୋକଙ୍କ ଦୁର୍ଦ୍ଦଶା କମିନି । ଏବେବି ବସ୍ତା ବ୍ଲକରେ ଶହ ଶହ ହେକ୍ଟର ଚାଷ ଜମି ଉପରେ ଲହଡ଼ି ମାରୁଛି ବନ୍ୟା ଜଳ । ଫସଲ ନଷ୍ଟ ନେଇ ଚାଷୀ ଚିନ୍ତାରେ ଥିବାବେଳେ ଅନେକ ଲୋକଙ୍କ ଘର ପାଣି ଘେରରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored