Videos
|
Odisha

ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସମ୍ପନ୍ନ

Ritu Das
Browse all articles by Ritu Das
·1 year ago·1 min read
ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସମ୍ପନ୍ନ

Key Points

ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସଂପନ୍ନ ହୋଇଛି

ପଞ୍ଚଭୂତରେ ଲୀନ ହୋଇଛନ୍ତି ସୌମ୍ୟାଶ୍ରୀ ବିଶି

ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ

ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସଂପନ୍ନ ହୋଇଛି। ପଞ୍ଚଭୂତରେ ଲୀନ ହୋଇଛନ୍ତି ସୌମ୍ୟାଶ୍ରୀ ବିଶି। ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ ଓ ବାଲେଶ୍ବର ସଦର ବିଧାୟକ ମାନସ ଦତ୍ତ ପ୍ରମୁଖ ଶେଷକୃତ୍ୟରେ ସାମିଲ ହୋଇଥିଲେ। ପାର୍ଥିବ ଶରୀର ପହଞ୍ଚିବା ପରେ ଗାଁରେ ସଂକୀର୍ତ୍ତନ କରାଯାଇଥିଲା।


ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍ ଅନ୍ତର୍ଗତ ସୁନାଧରଭସାଣ ପଞ୍ଚାୟତର ପଳାସିଆରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଗାଁରେ ଶୋକାକୁଳ ପରିସ୍ଥିତ ଦେଖିବାକୁ ମିଳିଛି। ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ ପରେ ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଭୁବନେଶ୍ବର ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ମୃତ (କ୍ଲିନିକାଲ୍‌ ଡେଥ୍‌) ଘୋଷଣା କରିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
fm-college-student-soumyashris-last-rites-performed-in-her-native-palasiya | Argus News