Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

FM ପୀଡିତା ; ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ

Swoyang prajna Mishra
Browse all articles by Swoyang prajna Mishra
·1 year ago·2 min read
FM ପୀଡିତା ; ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ

Key Points

ସୋମବାର ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ (କ୍ଲିନିକାଲ୍‌ ଡେଥ୍‌) ଘୋଷଣା କରିଛନ୍ତି। ଫଳରେ ନିଜ କଲେଜ ଅଧ୍ୟାପକଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇ ଅନ୍ୟାୟ ବିରୋଧରେ ଲଢ଼ିଥିବା ଏହି ମୋଧାବିନୀ ଛାତ୍ରୀଙ୍କ ସଂଘର୍ଷର ଦୁଃଖଦ ଅନ୍ତ ଘଟିଛି। ବିଳମ୍ବିତ ରାତିରେ ଏହି ଖବର ଜଣାପଡ଼ିବା ପରେ ସମସ୍ତେ ସ୍ତମ୍ଭୀଭୂତ ହୋଇଯାଇଛନ୍ତି।

ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ। ସୋମବାର ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ (କ୍ଲିନିକାଲ୍‌ ଡେଥ୍‌) ଘୋଷଣା କରିଛନ୍ତି। ଫଳରେ ନିଜ କଲେଜ ଅଧ୍ୟାପକଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇ ଅନ୍ୟାୟ ବିରୋଧରେ ଲଢ଼ିଥିବା ଏହି ମୋଧାବିନୀ ଛାତ୍ରୀଙ୍କ ସଂଘର୍ଷର ଦୁଃଖଦ ଅନ୍ତ ଘଟିଛି। ବିଳମ୍ବିତ ରାତିରେ ଏହି ଖବର ଜଣାପଡ଼ିବା ପରେ ସମସ୍ତେ ସ୍ତମ୍ଭୀଭୂତ ହୋଇଯାଇଛନ୍ତି। ୧୨ ତାରିଖ ମଧ୍ୟାହ୍ନରେ ପୀଡ଼ିତା ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା।


ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ତେବେ ଡାକ୍ତରମାନଙ୍କ ସମସ୍ତ ପ୍ରୟାସ ସତ୍ତ୍ବେ ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନଥିଲା। ତାଙ୍କର ଶ୍ବାସନଳୀ, ହୃତ୍‌ପିଣ୍ଡ, ବୃକକ୍‌ ସମେତ ଶରୀରର ଗୁରୁତ୍ବପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ଅକାମି ହୋଇ ପଡ଼ିଥିଲା। ଶେଷରେ ଆଜି ରାତି ପ୍ରାୟ ୧୨ଟାରେ ପରିବାର ସଦସ୍ୟ ଓ ହସ୍ପିଟାଲରେ ଉପସ୍ଥିତ ଥିବା ସାଙ୍ଗମାନଙ୍କୁ ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଯାଇଥିଲା। ସଙ୍ଗେ ସଙ୍ଗେ ହସ୍ପିଟାଲ ପରିସର କାନ୍ଦବୋବାଳିରେ ଫାଟି ପଡ଼ିଥିଲା। ଏହାର କିଛି ସମୟ ପରେ ଡାକ୍ତର ତାଙ୍କୁ ବିଧିବଦ୍ଧ ଭାବେ ମୃତ ଘୋଷଣା କରିଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
FM victim death ; Soumyashri finally lost the battle for life | Argus News