Videos
|
Odisha

ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ଡେଇଁଲା ୪୪ ଡିଗ୍ରୀ 

Manini Pattanayak
Browse all articles by Manini Pattanayak
·2 years ago
ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ଡେଇଁଲା ୪୪ ଡିଗ୍ରୀ 

ଭୁବନେଶ୍ୱର:  ପ୍ରଚଣ୍ଡ ତାତିରେ ଆଉଟପାଉଟ ଲୋକେ। ଆଜି  ଅସହ୍ୟ ହୋଇଛି ଗରମ। ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ୪୪.୩ ଡିଗ୍ରୀ ସହ ବୌଦ୍ଧ ପାଲଟିଛି ସର୍ବାଧିକ ଉତ୍ତପ୍ତ ସହର।

ଏହା ତଳକୁ ରହିଛି ବାରିପଦା। ଆଜି ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରାଜ୍ୟରେ ୩୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ବା ତା’ ଉପରେ ରହିଛି। ସେଥିରୁ ୧୦ଟି ସହରର ତାପମାତ୍ରା ୪୩ ଡିଗ୍ରୀ ବା ତା’ ଉପରେ ରହିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆହୁରି 3 ଦିନ ଯାଏଁ ଜାରି ରହିବ ଗ୍ରାଷ୍ମ ଲହରୀ ଜାରି ରହିବ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: