Videos
|
Odisha

ଆସନ୍ତା ୫ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ

Manini Pattanayak
Browse all articles by Manini Pattanayak
·2 years ago
ଆସନ୍ତା ୫ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ

ଭୁବନେଶ୍ୱର: ସାରା ରାଜ୍ୟରେ କଲବଲ କରୁଛି ତାତି।  ଆସନ୍ତା ୫ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଓ ତାତି ରହିବା ସମ୍ଭାବନା। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ।

ବିଭାଗର ସୂଚନା ଅନୁସାରେ  ୩ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ହିଟୱେଭ ରହିବ। ହିଟୱେଭ୍ ନେଇ ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁରକୁ ୟେଲୋ ୱାର୍ଣ୍ଣିଂ। ଓଡ଼ିଶାକୁ ମୌସୁମୀ ଆସିବା ନେଇ କୌଣସି ଆକଳନ ହୋଇନି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
For the next 5 days, there will be no pass from heat and humidity | Argus News