Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ପ୍ରଦୀପ ମାଝୀ

Rashmita Mishra
Browse all articles by Rashmita Mishra
·1 year ago·2 min read
ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ପ୍ରଦୀପ ମାଝୀ

ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି। ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ବାସନ୍ଦ ନିଷ୍ପତ୍ତି ହୋଇଛି। ଧାମନାଗୁଡ଼ା ବୈଠକରେ କେନ୍ଦ୍ରୀୟ କମିଟି ଏହି ନିଷ୍ପତ୍ତି ନେଇଛି। ତେବେ ଏଯାବତ୍‌ ବାସନ୍ଦ ନିଷ୍ପତ୍ତି ନେଇ ପ୍ରଦୀପ ମାଝୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ନିଜ ଜାତି ଛାଡି ଅନ୍ୟ ଜାତିର ଝିଅଙ୍କୁ ବିବାହ କରିଥିବାରୁ ୧୨ ବର୍ଷ ପାଇଁ ସମାଜିକ ବାସନ୍ଦର ଶିକାର ହେଲେ ପୂର୍ବତନ ନବରଙ୍ଗପୁର ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ । ଆଦିବାସୀ ଭାତରା ସମାଜର କେନ୍ଦ୍ରୀୟ କମିଟିର ଏକ ବୈଠକ ଧାମନାଗୁଡାଠାରେ ଅନୁଷ୍ଠିତ ହୋଇଥିଲା,ଏହି ବୈଠକରେ ପୂର୍ବତନ ଏମ୍‌ପି ତଥା ବିଜେଡିର ବରିଷ୍ଠ ନେତା ପ୍ରଦୀପ ମାଝୀଙ୍କ ବିବାହକୁ ନେଇ ଆଲୋଚନା ହୋଇଥିଲା । ନିଜ ଜାତି ଛାଡି ଅନ୍ୟ ଜାତିରେ ବିବାହ କରିଥିବାରୁ ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ୧୨ ବର୍ଷ ପାଇଁ ଜାତିରୁ ସାମାଜିକ ବାସନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଉକ୍ତ ପରିବାରର କୌଣସି ଭଲମନ୍ଦ କାର୍ଯ୍ୟରେ ସମାଜର କେହି ଯୋଗ ଦେବେ ନାହିଁ ବୋଲି ନିଷ୍ପତି ନିଆଯାଛି।

ସୂଚନା ଅନୁଯାୟୀ, ଗତ ୧୨ ତାରିଖ ଗୋଆର ପଞ୍ଜୀମ କେଡିନା ହାଉସଠାରେ କେନ୍ଦ୍ରାପଡା ଜିଲାର ସୁଶ୍ରୀ ସଙ୍ଗିତା ସାହୁଙ୍କ ସହିତ ତାଙ୍କର ବିବାହ ହୋଇଥିଲା । ତେବେ ସୁଶ୍ରୀ ସଙ୍ଗୀତା ସାହୁ ଅନ୍ୟ ଜାତିର ହୋଇଥିବାରୁ ପ୍ରଦୀପ ନିଜ ଜାତି ଛାଡି ଅନ୍ୟ ଜାତିରେ ବିବାହ କରିଥିବା ଅଭିଯୋଗ କରିଛନ୍ତି ଆଦିବାସୀ ଭାତରା କେନ୍ଦ୍ରୀୟ କମିଟି । ତେବେ ପ୍ରଦୀପଙ୍କ ଏହି ବିବାହ ଦ୍ୱାରା ନିଜ ସମାଜ ପ୍ରତି ଘୃଣାଭାବ ରଖିଥିବା ଅଭିଯୋଗ କରିଛନ୍ତି କେନ୍ଦ୍ରୀୟ କମିଟି ସଦସ୍ୟ। ଏଥିପୂର୍ବରୁ ମଧ୍ୟ ପ୍ରଦୀପ ନିଜ ଭଉଣୀ ସଞ୍ଜୁ ମାଝୀଙ୍କୁ ଏକ ବ୍ରାହ୍ମଣ ପରିବାରରେ କୋଟପୁଟସ୍ଥିତ ଜଗନ୍ନାଥ ମନ୍ଦିରରେ ବିବାହ କରାଇଥିଲେ। ଏଥିରୁ ପ୍ରଦୀପ ନିଜ ଜାତି ପ୍ରତି ଘୃଣାଭାବ ରଖିଥିବା ଏବଂ ନିଜକୁ ଜଣେ ସର୍ବେସର୍ବା ଭାବୁଥିବା ଅଭିଯୋଗ କରିଛି କେନ୍ଦ୍ରୀୟ କମିଟି । ପ୍ରଦୀପଙ୍କ ଏହି ମାଙ୍ଗଳିକ କାର୍ଯ୍ୟଗୁଡିକ ଅଖିଳ ଭାରତୀୟ ଆଦିବାସୀ ଭାତରାକୁ କୁଠାରାଘାତ କରୁଥିବା ଅଭିଯୋଗ କରି ୧୨ ବର୍ଷ ଯାଏ ନିଜ ଜାତିରୁ ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଆଦିବାସୀ ଭତରା ସମାଜ କେନ୍ଦ୍ରୀୟ କମିଟି ତରଫରୁ ପ୍ରକାଶ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
former-mp-and-pradeep-majhi-banned-for-marrying-non-tribal | Argus News