Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

Smruti Parija
Browse all articles by Smruti Parija
·2 years ago·1 min read
୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଅର୍ଗସ ବ୍ୟୁରୋ:  ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ୨୦୦୭ ରୁ ୨୦୧୩ ଯାଏଁ ଓଡ଼ିଶାର ରାଜ୍ୟପାଳ ଥିଲେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ । ତାଙ୍କ ପରଲୋକରେ ଶୋକ ପ୍ରକାଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କେନ୍ଦ୍ରମନ୍ତ୍ରୀ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍ ରେ ଲେଖିଛନ୍ତି ଯେ, ଓଡ଼ିଶାର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ରାଜନେତା, ଆଇନଜୀବୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସମାଜସେବା ସହ ଓଡ଼ିଶାରେ ତାଙ୍କ କାର୍ଯ୍ୟକାଳରେ ହୋଇଥିବା କାମ ଗୁଡିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
former-odisha-governor-murlidhar-chandrakant-bhandare-passes | Argus News