Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ

Odisha

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ

Rashmita Mishra
Browse all articles by Rashmita Mishra
·1 year ago·1 min read
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ

ପରଲୋକରେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି। ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି ଡକ୍ଟର ଦେବେନ୍ଦ୍ର ପ୍ରଧାନ ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ ଓ ସମାଜସେବୀ ଥିଲେ।

୧୯୪୧ ମସିହା ଜୁଲାଇ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଦେବେନ୍ଦ୍ର ପ୍ରଧାନ। କଣିହାଁ ଓ ତାଳଚେରରୁ ପ୍ରାଥମିକ ଓ ହାଇସ୍କୁଲ ଶିକ୍ଷା କରିବା ପରେ ଅନୁଗୁଳ କଲେଜରୁ ହାସଲ କରିଥିଲେ ଉଚ୍ଚଶିକ୍ଷା। ୧୯୬୬ରେ କଟକ SCB ମେଡିକାଲ କଲେଜରୁ MBBS ଡିଗ୍ରୀ ହାସଲ କରିଥିଲେ ଦେବେନ୍ଦ୍ର ପ୍ରଧାନ। ତା'ପରେ ତାଳଚେର ଡେରାରେ ମେଡିକାଲ ଅଫିସର ଭାବେ ଆରମ୍ଭ କରିଥିଲେ ଚାକିରି ଜୀବନ।

୧୯୭୩ରେ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଥିଲେ । ୧୯୮୦ ମସିହାରେ ବିଜେପିରେ ଯୋଗ ଦେଇଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୮୦ରୁ ୮୩ ଯାଏଁ ସେ ବିଜେପି ତାଳଚେର ମଣ୍ଡଳର ସଭାପତି ଥିଲେ। ୧୯୮୩ରେ ଢେଙ୍କାନାଳ ଜିଲ୍ଲା ବିଜେପି ସଭାପତି ହୋଇଥିଲେ । ୧୯୮୪ ମସିହାରେ ଦେବଗଡ଼ ଆସନରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୮୮ ମସିହାରେ ସେ ହୋଇଥିଲେ ବିଜେପିର ରାଜ୍ୟ ସଭାପତି ।

୧୯୯୭ରେ ବିଜେପି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ହୋଇଥିଲେ । ୧୯୯୮ରେ ଦେବଗଡ଼ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ସହ କେନ୍ଦ୍ରମନ୍ତ୍ରୀ ମଧ୍ୟ ହୋଇଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୯୯ରେ ପୁଣି ଦେବଗଡ଼ ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ସହ କେନ୍ଦ୍ରମନ୍ତ୍ରୀ ହୋଇଥିଲେ । ୨୦୦୧ ମସିହାରେ ସେ ହୋଇଥିଲେ ବିଜେପିର ଜାତୀୟ ଉପ-ସଭାପତି । ୨୦୦୨ ମସିହା ଯାଏଁ ଏହି ଦାୟିତ୍ଵରେ ରହିଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
former-union-minister-dr-debendra-pradhan-passes-away | Argus News