ଆଗକୁ ଜଳିବ ଓଡ଼ିଶା

ଏ ବର୍ଷ ନିର୍ଘାତ ଖରା। ଫେବ୍ରୁଆରୀ, ମାର୍ଚ୍ଚ, ଏପ୍ରିଲରେ ଜଳିବ ଓଡ଼ିଶା। ଉପକୂଳରେ ଭୟାନକ ତାତି କରିବ କଲବଲ। ଫେବୃଆରୀ ଆରମ୍ଭରୁ କଲବଲ କଲାଣି ଖରା ।ଉପକୂଳ ଓଡ଼ିଶାରେ ବଢିଲା ତାତି । ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବୃଦ୍ଧି ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି ।ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ତାତି ବୃଦ୍ଧି ପାଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।ଗତ କିଛି ଦିନ ହେବ ରାଜ୍ୟରେ ଏମିତି ବଦଳିଛି ପାଣିପାଗର ମିଜାଜ । ଗତ ୨୪ ଘଣ୍ଟାରେ ବଲାଙ୍ଗିରରେ ଚଳିତ ବର୍ଷ ପ୍ରଥମ ଥର ସର୍ବୋଚ୍ଚ ତାପମାତ୍ରା ୩୬.୭ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସର୍ବାଧିକ ତାପମାତ୍ରା ୩୮ଡିଗ୍ରୀ ଛୁଇଁବା ସମ୍ଭାବନା ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।
ଅନ୍ୟପଟେ ଗତ 21 ତାରିଖରୁ ଲଗାତାର ଭାବେ ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତ୍ତୀ କିଛି ଜିଲ୍ଲା ଗୁଡିକରେ ଘନକୁହୁଡି ଦୃଶ୍ୟମାନ ହେଉଛି, ମୁଖ୍ୟତଃ ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ବଳୟର ଉପସ୍ତିତି ହେତୁ ଏହା କୁହୁଡି ପାଇଁ ଅନୁକୂଳ ପରିସ୍ତିତି ସୃଷ୍ଟି କରୁଛି।ଯେଉଁଠି ପାଇଁ ଶୀତ କମିବା ସହ ବଢୁଛି ତାପମାତ୍ରା। ଏବଂ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡି ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ନୟାଗଡ଼,ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଜିଲ୍ଲାରେ ଘନ କୁହୁଡି ହେବା ନେଇ ୟେଲୋ warning ଜାରି କରିଛି ପାଣିପାଗ ବିଭାଗ।ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । କିଛି ସ୍ଥାନରେ ଜିରୋ ଭିଜିବିଲିଟି ନେଇ ଆଲର୍ଟ ଜାରି ହୋଇଛି । ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ସତର୍କତା ର ସହ ଗାଡି ଚାଳନା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।