Videos
|
Odisha

ଆଜିଠୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ, ୫୫ଟି କେନ୍ଦ୍ରରେ ଖାତା ଦେଖା ହେବ

Jitendra Dash
Browse all articles by Jitendra Dash
·2 years ago·1 min read
ଆଜିଠୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ, ୫୫ଟି କେନ୍ଦ୍ରରେ ଖାତା ଦେଖା ହେବ

ଅର୍ଗସ ବ୍ୟୁରୋ : ଆଜିଠୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ । ମାଟ୍ରିକ୍ ସହ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ମୂଲ୍ୟାୟନ ମଧ୍ୟ ଆରମ୍ଭ ହେବ । ମୋଟ ୫୫ଟି କେନ୍ଦ୍ରରେ ଖାତା ଦେଖା ହେବ । ଯେଉଁଥିରେ ନିୟୋଜିତ ହେବେ ୧୫ ହଜାରରୁ ଅଧିକ ଶିକ୍ଷକ । ଖାତା ଦେଖା ପାଇଁ ବୋର୍ଡ ପକ୍ଷରୁ ମୁଖ୍ୟ ପରୀକ୍ଷକ, ଡେପୁଟି ମୁଖ୍ୟ ପରୀକ୍ଷକ ଓ ପରୀକ୍ଷକମାନଙ୍କ ପ୍ରଶିକ୍ଷଣ କରାଯାଇଛି । 

ଖାତା ଦେଖା ଲାଗି ମୂଲ୍ୟାୟନ କେନ୍ଦ୍ରରେ ସର୍ବନିମ୍ନ ୯ଟି ୟୁନିଟ୍ ଏବଂ ସର୍ବାଧିକ ୧୩ଟି ୟୁନିଟ୍ ରହିଛି । ପ୍ରତି ୟୁନିଟରେ ୨୫ଜଣ ଶିକ୍ଷକଙ୍କୁ ଖାତା ଦେଖା ଲାଗି ନିୟୋଜିତ କରାଯାଇଛି । ସବଜେକ୍ଟିଭ୍ ଉତ୍ତର ଗୁଡ଼ିକର ମୂଲ୍ୟାୟନ ୧୪ ଦିନ ଭିତରେ ସରିବ । ସାଧାରଣ ବିଜ୍ଞାନ ଓ ସାମାଜିକ ବିଜ୍ଞାନ ସବଜେକ୍ଟିଭ ଖାତା ଦେଖା ପାଇଁ ଗୋଟିଏ ୟୁନିଟରେ ୨୪ ଜଣ ପରୀକ୍ଷକ ରହିଥିବାବେଳେ ଇଂରାଜୀ, ଗଣିତ, ହିନ୍ଦୀ, ସଂସ୍କୃତ, ଓଡ଼ିଆ ଭାଷା ବିଷୟ ପାଇଁ ପ୍ରତି ୟୁନିଟରେ ୨୦ଜଣ ଲେଖାଏଁ ପରୀକ୍ଷକ ରହିଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଗତ ଫେବୃଆରୀ ୨୦ ତାରିଖରୁ ମାଟ୍ରିକ୍ ଆରମ୍ଭ ହୋଇ ୪ ତାରିଖରେ ଶେଷ ହୋଇଥିଲା । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୫୧ହଜାର ୬୧୧ ଜଣ ଛାତ୍ରଛାତ୍ରୀ ନାମ ପଂଜୀକରଣ କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: