Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିଠୁ ଓଡିଶାର ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା

Odisha

ଆଜିଠୁ ଓଡିଶାର ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା

Smruti Parija
Browse all articles by Smruti Parija
·1 year ago·1 min read
ଆଜିଠୁ ଓଡିଶାର ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା

Key Points

ଆଜିଠୁ ଆରମ୍ଭ ହେଉଛି ଓଡିଶାର ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା 

ଜନତା ମଇଦାନରେ ଜମିବ ବଡ ବଡ ଶିଳ୍ପପତିଙ୍କ ଆସର 

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଓଡିଶାର ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା । ଜନତା ମଇଦାନରେ ଜମିବ ବଡ ବଡ ଶିଳ୍ପପତିଙ୍କ ଆସର । କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ 11 ଟାରେ ଉତ୍କର୍ଷ ଓଡ଼ିଶା କନକ୍ଲେଭର ହେବ ଶୁଭ ଉଦଘାଟନ । ବିଭିନ୍ନ କ୍ଷେତ୍ର ପାଇଁ ଅନୁଷ୍ଠିତ ହେବ 15ଟି ସ୍ଵତନ୍ତ୍ର ଅଧିବେଶନ ।


ଆଜି 5ଟି ଓ ଆସନ୍ତାକାଲି 10ଟି ଅଧିବେଶନ ଅନୁଷ୍ଠିତ ହେବ । ଜାନୁଆରୀ 28-29 ଦୁଇ ଦିନ ଧରି 4ଟି ପ୍ଲେନାରି ସେସନ, 16ଟି ସେକ୍ଟରାଲ ସେସନ ଓ 4ଟି ଗୋଲଟେବୁଲ ବୈଠକ ରହିଛି । ମହାକୁମ୍ଭରେ 16 ଟି ଦେଶର କୁଟନୈତିଜ୍ଞ ଏବଂ ପ୍ରତିନିଧି ଯୋଗ ଦେବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଶିଳ୍ପପତି ଏସ୍ ଏଲ ମିତଲ, ଓମ ମଙ୍ଗଲମ ବିର୍ଲା, ଅନୀଲ ଅଗ୍ରୱାଲ, ହିତେଶ ଯୋଶୀ, ଟି ବି ନରେନ୍ଦ୍ରନ, କରଣ ଆଦାନୀ, ନବୀନ ଜିନ୍ଦଲ, ସଜ୍ଜନ ଜିନ୍ଦଲ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଚଳିତ ଥର ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଆଇଟି, ଅକ୍ଷୟ ଶକ୍ତି, ବୟନ, କେମିକାଲ, ଫୁଡ ପ୍ରସେସିଂ ଭଳି ୫ଟି କ୍ଷେତ୍ରକୁ ଫୋକସ କ୍ଷେତ୍ର ଭାବେ ଚୟନ କରାଯାଇଛି । ସେହିପରି ଅଷ୍ଟ୍ରେଲିଆ, ମାଲେସିଆ, ଜାପାନ, ଜର୍ମାନୀ, ପୋଲାଣ୍ଡ, କ୍ୟୁବା ଭଳି 12ଟି ରାଷ୍ଟ୍ର 'କଣ୍ଟ୍ରି ଅଫ ଫୋକସ' ରହିବାକୁ ନିମନ୍ତ୍ରଣ ହୋଇଛନ୍ତି ।

Argus Whatsapp Channel Mobile Top
Sponsored
from-today-onwards-utkarsh-odisha-programme-starts | Argus News