Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ସାରା ବିଶ୍ବରେ ଗାନ୍ଧିଜୀ ପହଞ୍ଚାଇଥିଲେ ସତ୍ୟ ଓ ଅହିଂସାର ବାର୍ତ୍ତା

Odisha

ସାରା ବିଶ୍ବରେ ଗାନ୍ଧିଜୀ ପହଞ୍ଚାଇଥିଲେ ସତ୍ୟ ଓ ଅହିଂସାର ବାର୍ତ୍ତା

Ritu Das
Browse all articles by Ritu Das
·1 year ago·1 min read
ସାରା ବିଶ୍ବରେ ଗାନ୍ଧିଜୀ ପହଞ୍ଚାଇଥିଲେ ସତ୍ୟ ଓ ଅହିଂସାର ବାର୍ତ୍ତା

ଅର୍ଗସ ବ୍ୟୁରୋ: ମୁଠାଏ ଲୁଣକୁ ଗୋଟେ ଜାତିର ସ୍ଵାଭିମାନର ପ୍ରତୀକ ବୋଲି ଚିହ୍ନେଇ ଦେବା ସହ ବିନା ଅସ୍ତ୍ର ଓ ରକ୍ତପାତରେ ନିଜର ଅଧିକାର ହାସଲ କରିବାର ବାଟ ବତେଇଥିଲେ। ଦକ୍ଷିଣ ଆଫ୍ରିକାର କଳାଗୋରା ଭେଦଭାବ ବିରୋଧରେ ହେଉ କି ଭାରତର ସ୍ଵାଧୀନତା ସଂଗ୍ରାମ ସବୁଠି ତାଙ୍କ ସତ୍ୟ ଓ ଅହିଂସା ଆଗରେ ପ୍ରତିପକ୍ଷର ଗର୍ବ ଓ ଦମ୍ଭ ଭାଙ୍ଗି ହୋଇଯାଇଛି। ଜାତିର ପିତା ମହାତ୍ମାଗାନ୍ଧୀ,  ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । 

ଅହିଂସା ଉପାୟରେ ଦେଶରୁ ଇଂରେଜ ସରାକରଙ୍କୁ ତଡ଼ି ସ୍ଵାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ଵରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ଆମରଣ ଅନଶନରେ ବସି ସ୍ଵାଧୀନତାର ସ୍ଵପ୍ନ ଦେଖୁଥିବା ବାପୁ ବର୍ଷ ବର୍ଷ ଧରି  ଫିରିଙ୍ଗୀଙ୍କ କାଳକୋଠରୀରେ ଜେଲଦଣ୍ଡ ଭୋଗିଥିଲେ। 

ଲାଠି ଓ ସତ୍ୟାଗ୍ରହ ଆଗରେ ସେଦିନର ସାମ୍ରାଜ୍ୟବାଦୀ ବ୍ରିଟିଶ୍‌ ସେନାର ଶକ୍ତି ହାର ମାନିବାକୁ ବାଧ୍ୟ ହୋଇଥିଲା। ସେହି ମହାପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଜି ସବୁଆଡେ ତାଙ୍କ ଜୟନ୍ତୀ ପାଳନ କରାଯାଉଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Sponsored
Gandhiji | Argus News