Videos
|
Odisha

Cyclone Murasu / ଜିଲ୍ଲାବାସୀଙ୍କୁ ସତର୍କ କଲା ଗଞ୍ଜାମ ପ୍ରଶାସନ; 'ନଦୀ କୂଳ ଓ ତଳିଆ ଅଞ୍ଚଳର ଲୋକ ସୁରକ୍ଷିତ ସ୍ଥାନକୁ ଯାଆନ୍ତୁ'

Sushanta Sahoo
Browse all articles by Sushanta Sahoo
·1 hour ago·2 min read
ଜିଲ୍ଲାବାସୀଙ୍କୁ ସତର୍କ କଲା ଗଞ୍ଜାମ ପ୍ରଶାସନ; 'ନଦୀ କୂଳ ଓ ତଳିଆ ଅଞ୍ଚଳର ଲୋକ ସୁରକ୍ଷିତ ସ୍ଥାନକୁ ଯାଆନ୍ତୁ'
Ganjam Residents Asked to Move to Safety

Key Points

ନଭେମ୍ବର ୨, ୩ ଓ ୪ ତାରିଖରେ ବାତ୍ୟା 'ମୁରାସୁ' ଓ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ଏବଂ ଜଳବନ୍ଦୀ ପରିସ୍ଥିତି ଉପୁଜିବା ଆଶଙ୍କା ରହିଛି ।
ତେଣୁ ନଦୀ କୂଳ, ତଳିଆ ଅଞ୍ଚଳ ଓ ବିପଦସଙ୍କୁଳ ସ୍ଥାନରେ ରହୁଥିବା ଲୋକମାନେ ସତର୍କ ରୁହନ୍ତୁ ।
ବ୍ରହ୍ମପୁର: ବାତ୍ୟା 'ମୁରାସୁ' ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ପ୍ରଶାସନ ପକ୍ଷରୁ ଜିଲ୍ଲାବାସୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ପ୍ରଶାସନ ପକ୍ଷରୁ ଜାରି ସତର୍କ ସୂଚନା ପାଳନ କରିବାକୁ ଅନୁରୋଧ କରିଛି ଜିଲ୍ଲା ପ୍ରଶାସନ ।

ନଭେମ୍ବର ୨, ୩ ଓ ୪ ତାରିଖରେ ବାତ୍ୟା 'ମୁରାସୁ' ଓ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ଏବଂ ଜଳବନ୍ଦୀ ପରିସ୍ଥିତି ଉପୁଜିବା ଆଶଙ୍କା ରହିଛି । ତେଣୁ ନଦୀ କୂଳ, ତଳିଆ ଅଞ୍ଚଳ ଓ ବିପଦସଙ୍କୁଳ ସ୍ଥାନରେ ରହୁଥିବା ଲୋକମାନେ ସତର୍କ ରୁହନ୍ତୁ । ପ୍ରଶାସନର ନିର୍ଦ୍ଦେଶ ମାନି ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ କୁହାଯାଇଛି ।

ଏଥିସହ ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ୍‌ 

ଗର୍ଭବତୀ ମହିଳା, ଶିଶୁ, ବୟସ୍କ ଓ ଅସୁସ୍ଥ ବ୍ୟକ୍ତିଙ୍କୁ ଆଗୁଆ ସୁରକ୍ଷା ଦିଅନ୍ତୁ । ମତ୍ସ୍ୟଜୀବୀମାନେ ନଭେମ୍ବର ୨ରୁ ୪ ତାରିଖ ପର୍ଯ୍ୟନ୍ତ କୌଣସି ପରିସ୍ଥିତିରେ ସମୁଦ୍ରକୁ ଯାଆନ୍ତୁ ନାହିଁ । ପ୍ରବାହିତ ନଦୀ, ନାଳ କିମ୍ବା ଜଳମଗ୍ନ ରାସ୍ତା ପାର ହୁଅନ୍ତୁ ନାହିଁ । ବିଦ୍ୟୁତ୍ ଖୁଣ୍ଟ, ତାର ଓ ବଡ଼ ଗଛଠାରୁ ଦୂରେଇ ରୁହନ୍ତୁ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଘରେ ଆବଶ୍ୟକ ପରିମାଣର ଶୁଖିଲା ଖାଦ୍ୟ, ପିଇବା ପାଣି, ଔଷଧ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ମହଜୁଦ ରଖନ୍ତୁ । ପିଇବା ପାଣିକୁ ଫୁଟାଇ ବ୍ୟବହାର କରନ୍ତୁ । ଗୃହପାଳିତ ପଶୁଙ୍କ ସୁରକ୍ଷା ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ । କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ। କେବଳ ପ୍ରଶାସନ ଓ ପାଣିପାଗ ବିଭାଗର ସରକାରୀ ସୂଚନାକୁ ଅନୁସରଣ କରନ୍ତୁ ।

ଗଞ୍ଜାମରେ ହାଇଆଲର୍ଟ

ଆସୁଥିବା ବାତ୍ୟା 'ମୁରାସୁ' ଏବଂ ବର୍ଷାକୁ ନେଇ ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ ଜାରି କରାଯାଇଛି । ସମୁଦ୍ର କୁଳ, ଡ୍ୟାମ ଏବଂ ନଦୀ କୂଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ନଦୀରେ ପାଣି ଛଡ଼ାଯିବା ସମୟରେ କୌଣସି ଲୋକ କୂଳରେ ରହିବେ ନାହିଁ । ମସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

ଏଥିସହ ପଢ଼ନ୍ତୁ: ବାତ୍ୟା 'ମୁରାସୁ' ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଫୋକସ୍‌ରେ ଦକ୍ଷିଣ ଓଡ଼ିଶା 

୩ ଓ ୪ରେ ଅରେଞ୍ଜ ଆଲର୍ଟ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗଞ୍ଜାମ ଜିଲ୍ଲାକୁ ୨ ତାରିଖରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି ୩ ଓ ୪ ତାରିଖରେ ଦକ୍ଷିଣ ଓଡ଼ିଶାର ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।