ଅଣସର ଗୃହରେ ଆଜି ଶ୍ରୀଜୀଉଙ୍କ ଘଣା ଲାଗି

ପୁରୀ: ମହାପ୍ରଭୁଙ୍କ ଅଣସରର ଆଜି ତ୍ରୟୋଦଶୀ ତିଥି । ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବା ସହ ଖଡ଼ି ପ୍ରସାଦ ଲାଗି ମଧ୍ୟ ହେବ । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି କରାଯିବ । ଶୁଦ୍ଧ ସୁଆରଙ୍କ ଘର ଠାରୁ ଘଣ୍ଟ, ଛତା, କାହାଳି ସହ ଖଳିପ୍ରସାଦ ଶ୍ରୀମନ୍ଦିରକୁ ବିଜେ କରାଯିବ । ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଂଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ । ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ । ଏହାପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ ।
ପୁରୀ ବଡଦାଣ୍ଡରେ ବ୍ୟବସାୟ ଷ୍ଟଲ ଲଗାଇବା ମନା
ଗୋପନୀୟତା ରକ୍ଷା କରି ଦଇତା ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳୀରେ ଶ୍ରୀଜିଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ। ନବଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ । ଏହି ଖଳିକୁ ଶୁଦ୍ଧ ସୁଆରମାନେ ନିଜ ନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି ।
📱 Get Argus News App
✨11 ଦିନର ନିରବଚ୍ଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜିଉ
ଏହି ଖଳି ବିଜେ ପାଇଁ ଶ୍ରୀମନ୍ଦିରରୁ ଘଣ୍ଟ, ଛତା ସହ ଡକାରା ଯାଇଥାଏ । ବିଜେ କାହାଳି, ବଜୟନ୍ତ୍ରୀ, ଘଣ୍ଟଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ (ଦିବ୍ୟ ପ୍ରଲେପ) ଶ୍ରୀମନ୍ଦିରକୁ ବିଜେ କରାଇବେ । ଏହା ପୂର୍ବରୁ ଏହି ଖଳିକୁ ଶୁଦ୍ଧ ସୁଆରଙ୍କ ବାସ ଭବନରେ ଖଳି ହାଣ୍ଡିକୁ ମହିଳାମାନେ ବନ୍ଦାପନା କରିବେ । ବିଜେ କାହାଳି ବାଜିବା ପରେ ବରକନ୍ଦାଜଙ୍କ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ କରିବ । ଶୁଦ୍ଧସୁଆର ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ଆଜି ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଦଇତାପତିମାନେ ଲାଗି କରିବେ ।
ଆହୁରି ପଢନ୍ତୁ ଓଡିଶା ଖବର...