Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ୱଳ ହେଲେ ଗୋଆ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago
ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ୱଳ ହେଲେ ଗୋଆ ମୁଖ୍ୟମନ୍ତ୍ରୀ

ପୁରୀ:  ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ । ଦୀର୍ଘ ବର୍ଷ ପରେ ସପରିବାର ମହାପ୍ରଭୁଙ୍କ ଦର୍ଶନ କରି ବେଶ ଭାବବିହ୍ବଳ ହୋଇଛନ୍ତି ସାୱନ୍ତ । ଗୋଆର ଅର୍ଥନୀତିର ବିକାଶ ସହ ଗୋଆ ଅଧିବାସୀଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ମଙ୍ଗଳ କାମନା କରିଛନ୍ତି ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ।  ଦୀର୍ଘ ବର୍ଷ ପରେ ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ସାରା ଦେଶ ଉତ୍ସବ ମୂଖର ଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ୍ ।

ମହାପ୍ରଭୁଙ୍କ ଦର୍ଶନ ପରେ ମନ ବହୁତ ପ୍ରସନ୍ନ ହୋଇଛି । ପ୍ରଧନମନ୍ତ୍ରୀ ଦେଖିଥିବା ବିକଶିତ ଭାରତର ସ୍ୱପ୍ନ ପୂରଣ ପାଇଁ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କଲି । ବିକଶିତ ଭାରତର ସ୍ୱପ୍ନ ସାକାର ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱାନ୍ତ ।  

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored