Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସନ୍ଧ୍ୟା ୬ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ 

Manini Pattanayak
Browse all articles by Manini Pattanayak
·1 year ago·1 min read
ସନ୍ଧ୍ୟା ୬ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ 

ଭୁବନେଶ୍ୱର:  ଆଜି ତିନିଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ  । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ  ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ଯୋଗାଇ ଦିଆଯାଇଛି।  ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ  । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬.୦୦ ଟାରୁ ରାତି ୯.୦୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୯ଟା ପରେ ସ୍ବାଭାବିକ ହେବ ଦର୍ଶନ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
God Jagannath darshan is closed from 6 pm to 9 pm | Argus News