Dharmendra Pradhan / ଦେବ୍ରିଗଡ଼ ପାଇଁ ବଡ଼ ଖବର, PM ଓ CMଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

Key Points
ଦେବ୍ରିଗଡ଼ ଅଭୟାରଣ୍ୟର ବିକାଶ ପାଇଁ ୭୧ କୋଟିର DPRକୁ ମଞ୍ଜୁରୀ । ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଜଙ୍ଗଲ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ସୋସିଆଲ୍ ମିଡିଆ ପୋଷ୍ଟରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି, ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଏକ ବିଶ୍ୱମାନର ଇକୋଟୁରିଜିମ୍ ଡେଷ୍ଟିନେସନ୍ ଭାବରେ ବିକଶିତ କରିବା ପାଇଁ ୭୧.୧୯ କୋଟି ଟଙ୍କା ମୂଲ୍ୟର DPRକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆଙ୍କୁ ଧନ୍ୟବାଦ ଜଣାଉଛି ।
ଏହି ନିଷ୍ପତ୍ତି ଦେବ୍ରିଗଡ଼ର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ବିଶ୍ୱସ୍ତରରେ ପରିଚୟ ଦେବା ସହିତ ବନ୍ୟଜନ୍ତୁ ସଂରକ୍ଷଣରେ ସହାୟକ ହେବ । ଏହି ଇକୋଟୁରିଜିମ୍ ପ୍ରକଳ୍ପ ସ୍ଥାନୀୟ ନିଯୁକ୍ତି ଏବଂ ପର୍ଯ୍ୟଟନକୁ ବଡ଼ ଗତି ଦେବ । ସୂଚାନୁସାରେ, ଅଭୟାରଣ୍ୟର ପ୍ରାୟ ୧୦୦ କିଲୋମିଟର ପରିସୀମା ଚାରିପାଖରେ ବାଡ଼ ନିର୍ମାଣ ପାଇଁ ସ୍ୱତନ୍ତ୍ର ଭାବରେ ଅତିରିକ୍ତ ପ୍ରାୟ ୧୪.୧୮ କୋଟି ଟଙ୍କା ପାଣ୍ଠି ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଏହି ରାଶିକୁ କାମ୍ପା କିମ୍ବା ଅନ୍ୟାନ୍ୟ ରାଜ୍ୟ ସରକାରୀ ପାଣ୍ଠି ମାଧ୍ୟମରେ ଯୋଗାଇବା ପାଇଁ ପରାମର୍ଶ ଦିଆଯାଇଛି । ଏହି ବାଡ଼ ନିର୍ମାଣ ଦ୍ୱାରା ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ସଂଘର୍ଷ ହ୍ରାସ ହୋଇପାରିବ । ସମ୍ପୃକ୍ତ ବିଭାଗକୁ ତୁରନ୍ତ ଏହି ଡିପିଆର ଅନୁଯାୟୀ ଆଗାମୀ ପଦକ୍ଷେପ ଗ୍ରହଣ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ପ୍ରକଳ୍ପ ଦେବ୍ରିଗଡ଼ରେ ଇକୋଟୁରିଜିମ୍ ଭିତ୍ତିଭୂମିର ବିକାଶ କରିବା ସହିତ ସ୍ଥାନୀୟ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷାକୁ ବଳିଷ୍ଠ କରିବ ।
ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଏକ ବିଶ୍ୱମାନର ଇକୋଟୁରିଜିମ୍ ଡେଷ୍ଟିନେସନ୍ ଭାବରେ ବିକଶିତ କରିବା ପାଇଁ ୭୧.୧୯ କୋଟି ଟଙ୍କା ମୂଲ୍ୟର ଡିପିଆରକୁ ମଞ୍ଜୁରୀ ଦେଇଥିବାରୁ ମୁଁ ପ୍ରଧାନମନ୍ତ୍ରୀ ଶ୍ରୀ @narendramodi, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଏବଂ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଶ୍ରୀ ଗଣେଶ ରାମ…
— Dharmendra Pradhan (@dpradhanbjp) November 27, 2025
📱 Get Argus News App
✨Related Topics
Explore more stories