Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

Odisha

ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

Ritu Das
Browse all articles by Ritu Das
·2 years ago·1 min read
ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଅର୍ଗସ ବ୍ୟୁରୋ: ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପ୍ରଦୀପ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ମିଶିଲେ ପ୍ରଦୀପ। ବର୍ତ୍ତମାନ ଆଞ୍ଚଳିକତାରୁ ଜାତୀୟତାବୋଧକୁ ଯିବାର ସମୟ ଆସିଛି ବୋଲି କହିଲେ ପ୍ରଦୀପ। ପ୍ରଦୀପ ଆଉ ମଧ୍ୟ କହିଛନ୍ତି ବାଜପେୟୀଙ୍କ ଆଶୀର୍ବାଦରେ ନବୀନ ବାବୁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସମୟ ଆସିଛି ଏକ ଅନ୍ଧ, ମୁକ ବଧିର ସରକାରକୁ ତୁରନ୍ତ ହଟାଇବାକୁ ପଡ଼ିବ। ପଦ୍ମ ଧରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । 

2009-2014 ରେ ବିଜୁ ଜନତା ଦଳ ପ୍ରାର୍ଥୀ ଭାବରେ ଗୋପାଳପୁର ନିର୍ବାଚନମଣ୍ଡଳୀ ଓଡ଼ିଶା ବିଧାନସଭା କୁ ନିର୍ବାଚିତ ହୋଇଥିଲେ।ଗୋପାଳପୁର ନିର୍ବାଚନ ମଣ୍ଡଳୀରୁ ବିଧାନସଭାରୁ 2009 ରୁ ଆଜି ପର୍ଯ୍ୟନ୍ତ ବିଜୁ ଜନତା ଦଳ ପ୍ରାର୍ଥୀ ଭାବରେ ଓଡିଶା ବିଧାନସଭା କୁ ନିର୍ବାଚିତ ହୋଇଛନ୍ତି ପ୍ରଦୀପ । 21-05-2014 ରୁ 06-05-2017 ପର୍ଯ୍ୟନ୍ତ ଗ୍ରାମୀଣ ଜଳ ଯୋଗାଣ ମନ୍ତ୍ରୀ ଏବଂ 21-05-2014 ରୁ 06-05-2017 ପର୍ଯ୍ୟନ୍ତ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ସ୍ୱାଧୀନ) ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି । ସେ ଲଗାତାର ୩ଥର ଗୋପଳପୁର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Gopalpur MLA | Argus News