School Holiday / ସରକାରଙ୍କ ବଡ଼ ଘୋଷଣା: ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି
·2 months ago·2 min read

Key Points
ଆସନ୍ତାକାଲି ବନ୍ଦ ରହିବ ସବୁ ସ୍କୁଲ
ସରକାର କଲେ ବଡ଼ ଘୋଷଣା
ସରକାର କଲେ ବଡ଼ ଘୋଷଣା
ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ନେଇ ଯାଜପୁର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସହ ବାୟୁ ସେନାର ମକ ଡ୍ରିଲ୍। ଯାଜପୁର ଗ୍ରସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି । ମାଆ ବିରଜାଙ୍କ ମନ୍ଦିର ପରିସରରେ ଥିବା ନାଭିଗୟାରେ ପିଣ୍ଡଦାନ ସହ ମାଆ ବିରଜାଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। କୁସୁମା ସ୍ଥିତ ପ୍ରଶାସନିକ ପଡିଆରେ ରାଷ୍ଟ୍ରପତିଙ୍କ ଅବତରଣ ପାଇଁ ହେଲିପ୍ୟାଡ ମଧ୍ୟ ନିର୍ମାଣ କରାଯାଇଛି। ଶନିବାର ବାୟୁସେନାର ଦୁଇଟି ହେଲିକ୍ୟାପଟର ସହ ବାୟୁ ସେନାର ଅଧିକାରୀ ମାନେ ପଡ଼ିଆର ଯାଞ୍ଚ କରିଥିଲେ। ଜିଲ୍ଲାପାଳ ଓ ଏସପିଙ୍କ ଉପସ୍ଥିତିରେ ସୁରକ୍ଷା ବ୍ୟବସ୍ଥା ସହ ମନ୍ଦିରର ସାଜସଜ୍ଜାକୁ ମଧ୍ୟ ତ୍ୱରାନ୍ୱିତ କରାଯାଉଛି।
ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କାଲି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ ଛୁଟି ରହିବ ବୋଲି ଘୋଷଣା କରାଯାଇଛି। କାଲି ରାଷ୍ଟ୍ରପତିଙ୍କ ବିରଜା ଦର୍ଶନ ଏବଂ ପିଣ୍ଡଦାନ ଥିବାରୁ ଏହି ଛୁଟି ଘୋଷଣା କରାଗଲା। ପୌରପାଳିକା ସମେତ ସହର ସଂଲଗ୍ନ ସବୁ ସ୍କୁଲ ବନ୍ଦ ରହିବ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ଘୋଷଣା କଲେ ବିଇଓ।
ଏହାସହ ପଢ଼ନ୍ତୁ: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମିଳିବ ସ୍ମାର୍ଟଫୋନ
ସୋମବାରଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ଲୋକଭବନ ଯାଇ ରାତ୍ରିଯାପନ କରିବେ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୩ ତାରିଖ ସକାଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନା ହେଲିକପ୍ଟର ଯୋଗେ ଯାଜପୁର ନୂଆ ପ୍ରଶାସନିକ ଭବନ ଗ୍ରାଉଣ୍ଡ ହେଲିପ୍ୟାଡ୍ରେ ଅବତରଣ କରିବେ। ସେଠାରୁ ମା’ ବିରଜାଙ୍କ ଦର୍ଶନ ପାଇଁ ଯିବେ। ପ୍ରାୟ ଦେଢ଼ ଘଣ୍ଟା ଧରି ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସେଠାରୁ ବାଲେଶ୍ବର ଯାଇ ଫକୀରମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। କାର୍ଯ୍ୟକ୍ରମ ଶେଷ ପରେ ଅପରାହ୍ଣ ପ୍ରାୟ ୩ଟା ୫୦ରେ ପୁରୀ ଅଭିମୁଖେ ବାହାରିବେ। ସନ୍ଧ୍ୟାରେ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଳତି ଦର୍ଶନ ସହ ପିଣ୍ଡଦାନ କରିବେ। ପୁରୀ ଲୋକଭବନରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି।
ଫେବ୍ରୁଆରି ୪ ତାରିଖ ସକାଳ ୯ଟାରେ ପୁରୀ ହେଲିପ୍ୟାଡ୍ରୁ ବାହାରି ପୂର୍ବାହ୍ଣ ୧୦ଟା ୪୦ରେ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର ହେଲିପ୍ୟାଡ୍ରେ ପହଞ୍ଚିବା ପରେ ମହୁଲଡିହାସ୍ଥିତ ହଲିଡେ ହୋମ୍ର ଉଦ୍ଘାଟନ କରିବେ। ରାଇରାଙ୍ଗପୁର ମହୁଲଡିହାସ୍ଥିତ ସରକାରୀ ବାଳିକା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଭଞ୍ଜବୀର ସୁନାରାମ ସୋରେନ୍ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ସେଠାରେ କ୍ରୀଡ଼ା କମ୍ପ୍ଲେକ୍ସ ଲୋକାର୍ପଣ ସହ ଭର୍ଚୁଆଲ୍ ମାଧ୍ୟମରେ ରାଜ୍ୟର ଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ। ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ଣରେ ଭୁବନେଶ୍ବର ଫେରିବା ସହ ହୋଟେଲ ମେ’ ଫେୟାରରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ୭ ତାରିଖ ସକାଳୁ ଭୁବନେଶ୍ବରରୁ ଛତିଶଗଡ଼ ଅଭିମୁଖେ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଯାତ୍ରା କରିବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories