Leave Cancelled / ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍ ,ଛୁଟିରେ ଥିଲେ ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ
·2 weeks ago·2 min read

Key Points
ଭଦ୍ରକର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍
ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍ କଲେ ଜିଲ୍ଲାପାଳ
ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ
ଛୁଟିରେ ଥିଲେ ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ

ଭଦ୍ରକ,୧୬/୦୮: ଭଦ୍ରକର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍ କଲେ ଜିଲ୍ଲାପାଳ। ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଳାପାଳ। ଛୁଟିରେ ଥିଲେ ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ପୁଣି ଥରେ ବନ୍ୟା ସ୍ଥିତି ଗମ୍ଭୀର ହୋଇଛି। ଭଦ୍ରକ ଜିଲ୍ଲାର ଅନେକ ଅଞ୍ଚଳରେ ନଦୀ ଜଳସ୍ତର ବଢ଼ିବା ସହ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବହୁ ସ୍ଥାନରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଭଦ୍ରକ ଜିଲ୍ଲାରେ ମଧ୍ୟ ପୁଣି ଥରେ ବନ୍ୟା ସ୍ଥିତି ସଙ୍ଗିନ ହୋଇଛି। ଆଖୁଆପଦା ଆନିକଟ ନିକଟରେ ବୈତରଣୀ ନଦୀର ବିପଦ ସଙ୍କେତ ୧୮.୩୩ ମିଟର ଥିବା ବେଳେ ଜଳସ୍ତର ୧୮.୩୮ ମିଟରରେ ପ୍ରବାହିତ ହେଉଛି। ସେହିପରି ରାଜଘାଟ ନିକଟରେ ସାଳନ୍ଦୀ ନଦୀ ମଧ୍ୟ ବିପଦ ସଙ୍କେତ ନିକଟରେ ପ୍ରବାହିତ ହେଉଛି।
ଗତକାଲି ଜଳସ୍ତର କମିଥିଲେ ମଧ୍ୟ ଲଗାଣ ବର୍ଷା ଯୋଗୁଁ ପୁଣି ନଦୀ ଫୁଲିବା ଆରମ୍ଭ କରିଛି। ଭଦ୍ରକ-ଆରଡ଼ି ରାସ୍ତାର କୋଠାର ନିକଟରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଧାମନଗର, ତିହିଡ଼ି ଓ ଭଣ୍ଡାରିପୋଖରୀର ବହୁ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି।ତିହିଡ଼ି ବ୍ଲକର ବାରୋ, ବିଲନା, ବାରସର ଏବଂ ଧାମନଗର ବ୍ଲକର ଧୁଷୁରୀ, ଅସୁରାଳୀ, ରଇପୁର ଆଦି ପଞ୍ଚାୟତ ବନ୍ୟାରେ ପ୍ରଭାବିତ ହୋଇଛି। ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ସହ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଉଛି।
ପଢନ୍ତୁ ଏହି ଖବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ବିପତ୍ତି…ଉପରମୁଣ୍ଡରେ ବର୍ଷା ପରେ ଫୁଲୁଛି ନଦୀ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଆସନ୍ତା ୨୦ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫ ଦିନ ପ୍ରବଳ ବର୍ଷା, ବଜ୍ରପାତ ଓ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି ।
ସେହିପରି ରବିବାର ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ଝଡ଼ପବନ ହେବାର ପୂର୍ବାନୁମାନ କରାଯାଇଛି।
ସୋମବାର ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ରହିଛି, ଯେଉଁଠାରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହାସହ କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଏବଂ ବାକି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାଚ୍ ଜାରି କରାଯାଇଛି । ୧୮ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ରାଜ୍ୟର ଅବଶିଷ୍ଟ ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତର ପୂର୍ବାନୁମାନ କରାଯାଇ ଆଲର୍ଟ ଜାରି କରାଯାଇଛି ।

Related Topics
Explore more stories