Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ରାଜ୍ୟ ପରିଚାଳନା ଓଡିଆ ଭାଷାରେ ହେବ- ମୁଖ୍ୟମନ୍ତ୍ରୀ

Odisha

ରାଜ୍ୟ ପରିଚାଳନା ଓଡିଆ ଭାଷାରେ ହେବ- ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago·1 min read
ରାଜ୍ୟ ପରିଚାଳନା ଓଡିଆ ଭାଷାରେ ହେବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ । ଆଜି ତୃତୀୟ ମହଲାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟ ଆରମ୍ଭ କରିବା ସହ ବଡ ଘୋଷଣା କରିଛନ୍ତି । ଓଡିଆ ଅସ୍ମିତାକୁ ଦିଆଯାଇଛି ଗୁରୁତ୍ବ । ରାଜ୍ୟ ପରିଚାଳନା ଓଡିଆ ଭାଷାରେ ହେବ । ଏଥିପାଇଁ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଦରକାର ପଡିଲେ ଏଥିରେ ଆବଶ୍ୟକ ପରିବର୍ତ୍ତନ କରାଯାଇ ଆହୁରି ସଶକ୍ତ କରାଯିବ । 

ଆଜିଠୁ ତୃତୀୟ ମହଲା ହେଲା ମୁଖ୍ୟମନ୍ତ୍ରୀଙ୍କ ବିଧିବଦ୍ଧ କାର୍ଯ୍ୟାଳୟ

ଓଡିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ ହେବ । ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳନ ପ୍ରୟୋଗ କରାଯିବ । ଏଥିସହ ତାଙ୍କ ପାଖରେ ଉପସ୍ଥାପିତ ହେବାକୁ ଥିବା ସବୁ ନଥିପତ୍ରକୁ ଓଡିଆରେ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଓଡିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଓଡିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ । ଓଡିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସଂରକ୍ଷଣ ଓ ପ୍ରସାରକୁ ଦିଆଯିବ ଗୁରୁତ୍ବ । ଓଡିଆ ଭାଷା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 
 

Argus Whatsapp Channel Mobile Top
Sponsored
Government work will be done in Odia language-said-chief-minister-mohan-majhi | Argus News