Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଏକାମ୍ରର ଆରାଧ୍ୟ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ରାଜ୍ୟପାଳ

Smruti Parija
Browse all articles by Smruti Parija
·1 year ago·1 min read
ଏକାମ୍ରର ଆରାଧ୍ୟ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ରାଜ୍ୟପାଳ

ଭୁବନେଶ୍ୱର: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏକାମ୍ରର ଆରାଧ୍ୟ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ବାବାଙ୍କ ଆଶିଷ ନେବା ସହ ମହାଦେବଙ୍କ ପାଖରେ ପାଣିଲାଗି କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସମସ୍ତ ଓଡିଶାବାସୀ, ଜଗତ କଲ୍ୟାଣ ପାଇଁ ମହାଦେବଙ୍କ ନିକଟରେ କାମନା କରିଥିବା ନେଇ କହିଛନ୍ତି ରାଜ୍ୟପାଳ । 

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳ ଲାଗି କରିବାକୁ ହଜାର ହଜାର ଭକ୍ତ ଶୈବପୀଠରେ ପହଞ୍ଚୁଛନ୍ତି । ଚଳିତବର୍ଷ ଶ୍ରାବଣ ମାସର ଆରମ୍ଭ ସୋମବାର ଏବଂ ଏହାର ଶେଷ ମଧ୍ୟ ସୋମବାର ଦିନ ପଡୁଛି । ଏଭଳି ଦୁର୍ଲ୍ଲଭ ସଂଯୋଗ ୭୨ ବର୍ଷ ପରେ ହେବାକୁ ଯାଉଛି ବୋଲି କୁହାଯାଉଛି । 

ଗତକାଲିଠାରୁ ଶୈବ ପୀଠ ଅଭିମୁଖେ ଯାତ୍ରା ଆରମ୍ଭ କରିଦେଇଥିଲେ କାଉଡିଆ । ଧବଳେଶ୍ବର, ସିଦ୍ଧେଶ୍ୱର, କପିଳାସ, ଲିଙ୍ଗରାଜ, ଆରଡି ଅଭିମୁଖେ ଯାତ୍ରା କରୁଛନ୍ତି କାଉଡିଆ । ମହାନଦୀ ଓ କାଠଯୋଡି ନଦୀରେ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି । ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । 24 ଘଣ୍ଟା ସଜାଗ ରହିବେ ଅଗ୍ନିଶମ ବାହିନୀ । ପ୍ରସ୍ତୁତ ରହିଛି ବୋଟ୍ । ଯେଉଁଠି ଗଭୀରତା ରହିଛି ସେଠି ବୁଡ ନପକାଇବାକୁ ଶ୍ରଦ୍ଧାଳୁଙ୍କୁ ସଚେତନ କରିଛନ୍ତି କର୍ମଚାରୀ ।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Governor-raghubar-das-took-blessings-of-lord-shiva-at-lingaraj | Argus News