Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି ମହାବିଷୁବ ସଂକ୍ରାନ୍ତି, ଓଡିଆ ନବବର୍ଷର ଆରମ୍ଭ

Odisha

ଆଜି ମହାବିଷୁବ ସଂକ୍ରାନ୍ତି, ଓଡିଆ ନବବର୍ଷର ଆରମ୍ଭ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଆଜି ମହାବିଷୁବ ସଂକ୍ରାନ୍ତି, ଓଡିଆ ନବବର୍ଷର ଆରମ୍ଭ

ଆଜି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଏହା ହିନ୍ଦୁ ଧାର୍ମିକ ପରମ୍ପରାରେ ଏକ ପ୍ରମୁଖ ପର୍ବ । ଏହା ଛଡା ଆଜିର ଦିନକୁ ହନୁମାନ ଜୟନ୍ତୀ ମଧ୍ୟ କୁହାଯାଏ । ଓଡିଶାରେ ଏହାକୁ ବର୍ଷର ପ୍ରଥମ ଦିନ ଭାବେ ଗଣନା କରାଯାଏ । ତେଣୁ ଏହାକୁ ନୂଆ ଓଡିଆ ନୂଆ ବର୍ଷ କୁହାଯାଏ । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ମନ୍ଦିରରେ ପ୍ରବଳ ଭିଡ ପରିଲକ୍ଷିତ ହେଉଛି।ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ। ମେଷ ମାସର ସଂକ୍ରାନ୍ତି ତଥା ମହାବିଷୁବ ପଣାସଂକ୍ରାନ୍ତି। ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ।

ପୁରାଣ ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବେଶ ଗୁରୁତ୍ୱପୂର୍ଣ୍ଣ। ଏହିଦିନ ଜଳବାୟୁରେ ଏକ ପରିବର୍ତ୍ତନ ହୋଇଥାଏ। ସୂର୍ଯ୍ୟ ମଧ୍ୟଭାଗକୁ ଚାଲି ଆସିଥାନ୍ତି। ଏହିଦିନ ସୂର୍ଯ୍ୟ ବିଶୁବରେଖାରେ ଅବସ୍ଥାନ କରିଥାନ୍ତି। ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ। ଆଜିର ଦିନରେ ଓଡ଼ିଆଣୀ ମାନେ ଅଗଣାରେ ଥିବା ତୁଳସୀ ଚଉରା ଉପରେ ଏକ ଛାମୁଣ୍ଡିଆ କରି ଏକ ପାଣିଭର୍ତ୍ତି ଛୋଟ ଠେକି ରଖିଥାନ୍ତି। ଏହା ତଳେ ଏକ ଛୋଟ ଛିଦ୍ର ଥାଏ। ଉକ୍ତ ଛିଦ୍ର ଦେଇ ପାଣି ତୁଳସୀ ଗଛରେ ପଡ଼ିଥାଏ। ଏହି ଦିନ ଓଡ଼ିଶାରେ ହନୁମାନ ଜୟନ୍ତୀ ପାଳନ କରାଯାଏ। ଓଡ଼ିଆ ଲୋକେ ହନୁମାନ ମନ୍ଦିରରେ ୧୦୮ ହନୁମାନ ଚାଳିଶା ପାଠ କରି ନିଜର ମନୋସ୍କାମନା ପୂରଣ କରିଥାନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
happy-odia-new-year-pana-sankranti-2025 | Argus News