Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆରମ୍ଭ ହେଲା ପ୍ରେମ ସପ୍ତାହ, ଗୋଲାପ ଦେଇ ମନ କଥା ଜଣାଇବେ ପ୍ରେମୀ ଯୁଗଳ

Odisha

ଆରମ୍ଭ ହେଲା ପ୍ରେମ ସପ୍ତାହ, ଗୋଲାପ ଦେଇ ମନ କଥା ଜଣାଇବେ ପ୍ରେମୀ ଯୁଗଳ

Jitendra Dash
Browse all articles by Jitendra Dash
·2 years ago·2 min read
ଆରମ୍ଭ ହେଲା ପ୍ରେମ ସପ୍ତାହ, ଗୋଲାପ ଦେଇ ମନ କଥା ଜଣାଇବେ ପ୍ରେମୀ ଯୁଗଳ

ଅର୍ଗସ ବ୍ୟୁରୋ : ଆଜିଠୁ ଆରମ୍ଭ ହୋଇଛି ପ୍ରେମ ସପ୍ତାହ ବା ଭାଲେଣ୍ଟାଇନ୍ ଓ୍ବିକ୍ । ଫେବୃଆରୀ ୭ରୁ ଆରମ୍ଭ ହୋଇ ୧୪ ତାରିଖ ଯାଏ ଏହି ପ୍ରେମ ସପ୍ତାହକୁ ପାଳନ କରିବେ ପ୍ରେମୀ ଯୁଗଳ । ନିଜର ପ୍ରେମକୁ ପ୍ରକାଶ ପାଇଁ ପ୍ରଥମ ଦିବସକୁ ରୋଜ ଡେ' ଭାବେ ପାଳନ କରାଯାଏ । ପୁରାଣଠାରୁ ଆରମ୍ଭ କରି ଇତିହାସ ସବୁ ସ୍ଥାନରେ ରହିଛି ପ୍ରେମର ଛାପ । ତେବେ ଫେବୃଆରୀ ମାସ ପ୍ରେମୀ ଯୁଗଳଙ୍କ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର ହୋଇଥାଏ । କାରଣ ହୃଦୟର ସ୍ପନ୍ଦନ ଭାବୁଥିବା ପ୍ରେମୀକୁ ପାଇପାରିବେ । 

ଆଜି ଗୋଲାପ ଦେଇ ନିଜ କୋମଳମତୀ ପ୍ରେମିକାକୁ ନିଜର କରିବାକୁ ଚେଷ୍ଟା କରିବେ ପ୍ରେମିକ । ରାଗ, ଋଷା, ମାନ ଅଭିମାନରେ ପୂର୍ଣ୍ଣଚ୍ଛେଦ ପକାଇବ ଲାଲ ରଙ୍ଗର ସୁଗନ୍ଧଯୁକ୍ତ ଗୋଲାପ । କୁହାଯାଏ ପ୍ରେମର ପ୍ରତୀକ ହେଉଛି ଗୋଲାପ । ତେଣୁ ଆଜିର ଦିନରେ ଗୋଲାପ ବା ରୋଜ୍‌ ଦେଇ ନିଜର ମନର ଭାବନା ପରିପ୍ରକାଶ କରନ୍ତି ପ୍ରେମୀ ଯୁଗଳ । ପରସ୍ପରକୁ ସୋସିଆଲ ମିଡିଆରେ ଗୋଲାପ ଦିବସର ଶୁଭକାମନା ଜଣାଇବା ପରେ ଗୋଲାପ ମଧ୍ୟ ଦେବ । ଆଜିର ଦିନରେ ଫୁଲ ଜରିଆରେ ନିଜ ପାର୍ଟନରକୁ ମନର ଭାବନା ଜଣାଇବାକୁ ସୁଯୋଗ ମିଳେ । ଗୋଲାପର ରକ୍ତିମ ପାଖୁଡା ପରି ପ୍ରେମର ଗଭୀରତା ମଧ୍ୟ ଗାଢ ବୋଲି ଦର୍ଶାଇବେ ପ୍ରେମୀ ଯୁଗଳ । କେବଳ ପ୍ରେମିକାଙ୍କୁ କିମ୍ବା ପ୍ରେମିକକୁ ଗୋଲାପ ଦିଆଯାଏ ନାହିଁ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପ୍ରେମ ଏବଂ ଇମୋସନ ସହଜଡିତ ଲୋକଙ୍କୁ ନାଲୀ ଗୋଲାପ ଦିଆଯାଏ । ସେହିପରି ସାଙ୍ଗକୁ ହଳଦିଆ ଗୋଲାପ ଦିଆଯାଏ । ଯାହାଦ୍ବରା ଆପଣ ନିଜ ସାଙ୍ଗକୁ ନିଜର ଭଲପାଇବା କେତେ ରହିଛି ତାହା ଜଣାଇପାରିବେ । ଧଳା ହେଉଛି ଶାନ୍ତିର ପ୍ରତୀକ । ଏଣୁ ଆପଣ ଧଳା ଗୋଲାପ ଦେଇ ସାନ୍ତ୍ବନା ଦେଇପାରିବେ । ପିଙ୍କ୍ ଗୋଲାପ ଆପଣ ନିଜ ପିତା ମାତା ଏବଂ ଗୁରୁଜନଙ୍କୁ ଦେଇପାରିବେ । କାହିଁକି ନାଁ ଏହି ଗୋଲାପ ହେଉଛି ଧନ୍ୟବାଦର ପ୍ରତୀକ । ସେହିପରି ଆମେ ଦେଖିବା ଅରେଞ୍ଜ ଗୋଲାପ ଦେଇ ଆପଣ ନିଜର ପ୍ରେମକୁ ପ୍ରକାଶ କରିପାରିବେ । 
 

Sponsored
Happy Rose Day 2024 | Argus News