Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

Odisha

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

Swoyang prajna Mishra
Browse all articles by Swoyang prajna Mishra
·1 year ago
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

ଅର୍ଗସ ବ୍ୟୁରୋ :  ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି । ୨୭ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ହରିବାବୁ । ତାଙ୍କୁ ଶପଥ ପାଠ କରାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ମୁଖ୍ୟ ବିଚାରପତି । ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସଦସ୍ୟ, ବରିଷ୍ଠ ଅଧିକାରୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।


ଗତକାଲି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ନୂଆ ରାଜ୍ୟପାଳ । ସିଂହଦ୍ଵାରରେ ପହଞ୍ଚିବା ପରେ ମହାମହିମଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଭୁବନେଶ୍ବର ବିମାନବନ୍ଦରରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର୍ ମଧ୍ୟ ଦିଆଯାଇଥିଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Haribabu Kambhampati took oath as the new governor of Odisha | Argus News